ଓଡ଼ିଶାସ୍ୱାସ୍ଥ୍ୟ

ରାଜ୍ୟରେ ତଳଉପର ଦୈନିକ ସଂକ୍ରମଣ , ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୨୬ ଜଣ କରୋନା ପଜିଟିଭ୍ ଚିହ୍ନଟ

ରାଜ୍ୟରେ ତଳଉପର ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୨୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୩୨ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୯୪ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଏନେଇ ଟ୍ଵିଟ୍ ଯୋଗେ ସୂଚନା ଦେଇଛନ୍ତି ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ।

ତେବେ ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରେ ବାଲେଶ୍ବର ଜିଲ୍ଲାରୁ ୧, ବରଗଡ଼ରୁ ୪, ଭଦ୍ରକରୁ ୨, ବଲାଙ୍ଗୀରରୁ ୫ , ବୌଦ୍ଧରୁ ୨, କଟକରୁ ୧୪ , ଜଗତସିଂହପୁରରୁ ୫ , ଯାଜପୁରରୁ ୫ , ଝାରସୁଗୁଡ଼ାରୁ ୧, କଳାହାଣ୍ଡି ଜିଲ୍ଲାରୁ ୭ , କନ୍ଧମାଳରୁ ୧, କେନ୍ଦ୍ରାପଡ଼ାରୁ ୧, ଖୋର୍ଦ୍ଧା ଜିଲ୍ଲାରୁ ୧୦୪, କୋରାପୁଟରୁ ୪, ମୟୂରଭଞ୍ଜରୁ ୨ , ନବରଙ୍ଗପୁରରୁ ୧, ନୟାଗଡ଼ ଜିଲ୍ଲାରୁ ୩ , ନୂଆପଡ଼ାରୁ ୪, ପୁରୀରୁ ୭ , ରାୟଗଡ଼ାରୁ ୨, ସମ୍ବଲପୁରରୁ ୭ , ସୋନପୁରରୁ ୨, ସୁନ୍ଦରଗଡ଼ରୁ ୧୯ ଓ ଷ୍ଟେଟପୁଲରୁ ୨୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

Show More

Related Articles

Back to top button