ଓଡ଼ିଶାସ୍ୱାସ୍ଥ୍ୟ

ରାଜ୍ୟରେ ଉପରତଳ ଦୈନିକ ସଂକ୍ରମଣ,୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୪୬ ଜଣ କରୋନା ପଜିଟିଭ୍ ଚିହ୍ନଟ

ରାଜ୍ୟରେ ଉପରତଳ ଦୈନିକ ସଂକ୍ରମଣ । ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୪୬ ଜଣ କରୋନା ପଜିଟିଭ୍ ଚିହ୍ନଟ । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୮୬ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୬୦ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଏନେଇ ଟ୍ଵିଟ୍ ଯୋଗେ ସୂଚନା ଦେଇଛନ୍ତି ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ୧୪ଜଣ, ବରଗଡ଼ ଜିଲ୍ଲାରୁ ୩ଜଣ, ଭଦ୍ରକ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୧୭ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୪ଜଣ, ଗଞ୍ଜାମ ଜିଲ୍ଲାରୁ ଜଣେ, ଜଗତସିଂହପୁର ଜିଲ୍ଲାରୁ ୩ଜଣ, ଯାଜପୁର ଜିଲ୍ଲାରୁ ୬ଜଣ, କନ୍ଧମାଳ ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୨୪ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୪ଜଣ, ନବରଙ୍ଗପୁର ଜିଲ୍ଲାରୁ ୪ଜଣ, ନୟାଗଡ଼ ଜିଲ୍ଲାରୁ ୬ଜଣ, ପୁରୀ ଜିଲ୍ଲାରୁ ୨୨ଜଣ, ସମ୍ବଲପୁର ଜିଲ୍ଲାରୁ ୬ଜଣ, ସୋନପୁର ଜିଲ୍ଲାରୁ ୬ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୩ଜଣ, ଷ୍ଟେଟ ପୁଲ୍‌ରୁ ୬ଜଣ ରହିଛନ୍ତି ।

ବର୍ତ୍ତମାନ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୪୨୩୬କୁ ବୃଦ୍ଧି ପାଇଛି ।

Show More

Related Articles

Back to top button