ଫିକା ପଡିବ ଦଶହରା, ଆଜିଠୁ ୫ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଚଳିତ ବର୍ଷ ଫିକା ପଡିବ ଦଶହରା । ଆଜିଠୁ ୫ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ।ଏହି ପରିପ୍ରେକ୍ଷୀରେ ୩ ତାରିଖ ପାଇଁ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏ ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି ।
ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ରାଜ୍ୟରେ ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ବାଲେଶ୍ବର, ଢେଙ୍କାନାଳ, ଅନୁଗୁଳ, ମୟୁରଭଞ୍ଜ ଓ କେନ୍ଦୁଝର ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରିକରାଯାଇଛି ।
୪ ତାରିଖ ପାଇଁ ମଧ୍ୟ ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲାଗୁଡ଼ିକ ହେଲା- ଗଜପତି, ଗଞ୍ଜାମ, ନୟାଗଡ଼, ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, ପୁରୀ, କେନ୍ଦ୍ରାପଡ଼ା, ଯାଜପୁର, ଢେଙ୍କାନାଳ, ଯାଜପୁର, ବାଲେଶ୍ବର, ମୟୁରଭଞ୍ଜ, କେନ୍ଦୁଝର, ଦେବଗଡ଼ ଓ ସୁନ୍ଦରଗଡ଼ ।
୫ ତାରିଖରେ ପୁରୀ, ଖୋର୍ଦ୍ଧା, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛ।
୬ ତାରିଖର ପାଇଁ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ୧୧ ଜିଲ୍ଲାଗୁଡିକ ହେଲା- ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, ଗଞ୍ଜାମ, ନୟାଗଡ଼, ପୁରୀ, ଖୋର୍ଦ୍ଧା, ଜଗତସିଂହପରୁ ଓ କଟକ ।
ସେହିପରି, ୭ ତାରିଖ ପାଇଁ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ନବରଙ୍ଗପୁର, ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ।