Breaking PLUSଓଡ଼ିଶାମୁଖ୍ୟ ଖବର

ପୂର୍ବତନ ମନ୍ତ୍ରୀ ଡାକ୍ତର ଦାମୋଦର ରାଉତଙ୍କ ପରଲୋକ

ଭୁବନେଶ୍ୱର, 22 ମାର୍ଚ୍ଚ – ବରିଷ୍ଠ ରାଜନେତା ତଥା ପୂର୍ବତନ ମନ୍ତ୍ରୀ ଡାକ୍ତର ଦାମୋଦର ରାଉତଙ୍କ ପରଲୋ ଘଟିଛି । ବୟସରେ ଶୁକ୍ରବାର ସକାଳ ୫ଟା ୨୩ ମିନିଟ ସମୟରେ ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଇଛି । ତାଙ୍କୁ ୮୧ ବର୍ଷ ବୟସ ହୋଇଥିଲା । ଦାମୋଦରଙ୍କ ପୁଅ ତଥା ବିଧାୟକ ସମ୍ବିତ ରାଉତରାୟ ଏହି ସୂଚନା ଦେଇଛନ୍ତି ।

ଉଲ୍ଲେଖନୀୟ ଯେ ଗତ ୧୮ ତାରିଖ ବିଳମ୍ବିତ ରାତିରେ ଗୁରୁତର ଅସୁସ୍ଥ ହୋଇପଡ଼ିଥିଲେ । ତାଙ୍କୁ କ୍ୟାପିଟାଲ ହସ୍ପିଟାଲ ନିଆଯାଇଥିଲା ଏବଂ ସେଠାରେ ସେ ହୃଦଘାତର ଶିକାର ହୋଇଥିଲେ। ଏହାପରେ ତାଙ୍କୁ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲକୁ ନିଆଯାଇଥିଲା । ଘରୋଇ ହସ୍ପିଟାଲକୁ ନେବା ଭିତରେ ବ୍ରେନକୁ ବ୍ଲଡ ଓ ଅକ୍ସିଜେନ୍ ସପ୍ଲାଇ କମିଯାଇଥିଲା । ମସ୍ତିଷ୍କରେ ଗୁରୁତର କ୍ଷତି ହୋଇଥିବାରୁ ସେ ବ୍ରେନଡେଡ୍ ସ୍ଥିତିରେ ବୋଲି ତାଙ୍କ ପୁଅ ସମ୍ବିତ ଗୁରୁବାର ଦିନ ସୂଚନା ଦେଇଥିଲେ । ଆଜି ସକାଳୁ ତାଙ୍କର ମୃତ୍ୟୁ ଘଟିଛି ।

ସୂଚନାଯୋଗ୍ୟ, ଡ. ଦାମୋଦର ରାଉତ ୧୯୪୨ ମସିହାଜଗତସିଂହପୁର ଜିଲ୍ଲରେ ଜନ୍ମ ଗ୍ରହଣ କରିଥିଲେ। ଡ. ଦାମ ରାଉତ ସାତ ଥର ବିଧାୟକ ହେବା ସହିତ ସେ ରାଜ୍ୟ ସରକାରଙ୍କ ବିଜ୍ଞାନ ଓ ସୂଚନା ପ୍ରଯୁକ୍ତିବିଦ୍ୟା, ସାମାଜିକ କଲ୍ୟାଣ, ପଞ୍ଚାୟତିରାଜ ଓ ଅବକାରୀ, ମହିଳା ଓ ଶିଶୁ ବିକାଶ, ସୂଚନା ଓ ଲୋକସଂପର୍କ, ସଂସ୍କୃତି, କୃଷି, ସମବାୟ, ମତ୍ସ୍ୟ ଓ ପ୍ରାଣୀ ସଂପଦ ଉନ୍ନୟନ, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ଆଦି ବିଭାଗରେ ମନ୍ତ୍ରୀ ଥିଲେ।

ପ୍ରଥମେ ଜନତା ଦଳ ଓ ପରବର୍ତ୍ତୀ ସମୟରେ ବିଜେଡିରୁ ବିଧାୟକ ଭାବେ ନିର୍ବାଚିତ ହେବା ସହ ନବୀନଙ୍କ ସରକାରରେ ଏକାଧିକ ଥର ମନ୍ତ୍ରୀ ଭାବେ ମଧ୍ୟ ଦାୟିତ୍ୱ ତୁଲାଇଥିଲେ। ତେବେ ୨୦୧୯ରେ ବିଜେପି ଟିକେଟରୁ ନିର୍ବାଚନ ଲଢି ପରାଜିତ ହୋଇଥିଲେ। କିନ୍ତୁ ପରବର୍ତ୍ତୀ ସମୟରେ ବିଜେପିରୁ ଇସ୍ତଫା ଦେଇଥିଲେ । ପରବର୍ତୀ ସମୟରେ ବିଜେଡି ତାଙ୍କ ଉପରୁ ନିଲମ୍ବନ ଉଠାଇଥିଲା ।

Show More

Related Articles

Back to top button