Breaking PLUSଓଡ଼ିଶାମୁଖ୍ୟ ଖବର

ଖଲ୍ଲିକୋଟ ରାଣୀ ଭି.ସୁଜ୍ଞାନ କୁମାରୀ ଦେଓଙ୍କ ପରଲୋକ

ଭୁବନେଶ୍ୱର , 10 ଫେବୃଆରୀ – ପୂର୍ବତନ ବିଧାୟିକା ତଥା ଖଲ୍ଲିକୋଟର ରାଣୀ ଭି.ସୁଜ୍ଞାନ କୁମାରୀ ଦେଓଙ୍କ ପରଲୋକ ହୋଇଛି । ଶୁକ୍ରବାର ରାତି ୧୨ଟା ୪୪ମିନଟରେ ୮୭ବର୍ଷ ବୟସରେ ଚେନ୍ନାଇର ଏକ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଚେନ୍ନାଇ ଯାଇ ତାଙ୍କ ସ୍ୱାସ୍ଥ୍ୟବସ୍ଥା ବୁଝିଥିଲେ । ଖଲ୍ଲିକୋଟ ଓ କବିସୂର୍ଯ୍ୟନଗରରୁ ୧୦ ଥର ବିଧାୟିକା ହୋଇଥିଲେ ସୁଜ୍ଞାନ କୁମାରୀ। ଖଲ୍ଲିକୋଟ ନିର୍ବାଚନମଣ୍ଡଳୀରୁ ୮ଥର ଓ କବିସୂର୍ଯ୍ୟନଗର ନିର୍ବାଚନମଣ୍ଡଳୀରୁ ୨ଥର ବିଧାୟିକା ଥିଲେ । ରାଣୀଙ୍କ ବିୟୋଗରେ ରାଜ୍ୟ ରାଜନୀତି ମହଲରେ ଶୋକର ଛୋୟା ଖେଳିଯାଇଛି । ୧୯୩୭ ମସିହା ଅଗଷ୍ଟ ୫ରେ ଗଞ୍ଜାମରେ ଜନ୍ମଗ୍ରହଣ କରିଥିଲେ ସୁଜ୍ଞାନ କୁମାରୀ।
ପ୍ରଥମ ଥର ପାଇଁ ସେ ୧୯୬୧-୬୭ ପର୍ଯ୍ୟନ୍ତ ଖଲ୍ଲିକୋଟ ନିର୍ବାଚନ ମଣ୍ଡଳୀରୁ କଂଗ୍ରେସ ଟିକଟରେ ବିଧାୟିକା ହୋଇଥିଲେ। ଦ୍ୱିତୀୟ ଥର ପାଇଁ କଂଗ୍ରେସ ତରଫରୁ ୧୯୭୪-୧୯୭୭ ପର୍ଯ୍ୟନ୍ତ ବିଧାୟିକା ଭାବେ ନିର୍ବାଚିତ ହୋଇଥିଲେ। ତୃତୀୟ ଥର ପାଇଁ ଜନତା ଟିକଟରେ ବିଜୟ ଲାଭ କରି ୧୯୭୭-୧୯୮୦ ପର୍ଯ୍ୟନ୍ତ ଖଲ୍ଲିକୋଟର ବିଧାୟିକା ହୋଇଥିଲେ ସୁଜ୍ଞାନ କୁମାରୀ ଦେଓ। ଏହାପରେ ଜନତା ପାର୍ଟିରୁ ୧୯୮୫-୧୯୯୦ ଯାଏଁ ଚତୁର୍ଥ ଥର ପାଇଁ ବିଧାୟିକା ହୋଇଥିଲେ। ପରେ ସେ ୧୯୯୦-୯୫ ପର୍ଯ୍ୟନ୍ତ ଜନତା ଦଳ ତରଫରୁ ଖଲ୍ଲିକୋଟରୁ ପଞ୍ଚମ ଥର ଲାଗି ନିର୍ବାଚିତ ହୋଇଥିଲେ ସୁଜ୍ଞାନ । ୧୯୯୬ ରେ ସେ ପ୍ରଥମ ଥର ପାଇଁ ନିର୍ବାଚନରେ ପରାଜିତ ହୋଇଥିଲେ ।

Show More

Related Articles

Back to top button