ଦେଶସ୍ୱାସ୍ଥ୍ୟ

ଦେଶରେ ସଂକ୍ରମଣ ହ୍ରାସ,୨୪ ଘଣ୍ଟା ମଧ୍ୟରେ ୨,୪୬୮ ନୂତନ ସଂକ୍ରମଣ ଚିହ୍ନଟ

ଦେଶରେ ଅଢ଼େଇ ହଜାର ତଳକୁ ଖସିଲା ଦୈନିକ ସଂକ୍ରମଣ । ୨୪ ଘଣ୍ଟା ମଧ୍ୟରେ ଦେଶରେ  ୨,୪୬୮ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଚିହ୍ନଟ ହୋଇଥିବାବେଳେ ମୃତ୍ୟୁ ସଂଖ୍ୟା ୧୭ ରେକର୍ଡ କରାଯାଇଛି। ଏନେଇ ସ୍ବାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି ।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୨,୪୬୮ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୬,୦୧,୯୩୪ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୧୭ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୮,୭୩୩ରେ ପହଞ୍ଚିଛି। ମୃତ୍ୟୁସଂଖ୍ୟା ସଂଶୋଧନ କରି ଏଥିରେ କେରଳ ୯ ଜଣଙ୍କ ମୃତ୍ୟୁ ସାମିଲ କରିଛି।

ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୦,୩୯,୮୮୩। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୭୪% ରହିଛି।

 

Show More

Related Articles

Back to top button