Breaking PLUSଓଡ଼ିଶାପାଣିପାଗମୁଖ୍ୟ ଖବର

ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଅବପାତର ରୂପ ନେଲା

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ସକାଳେ ଅବପାତର ରୂପ ନେଇଛି । ଆଗାମୀ ୬ ଘଣ୍ଟାରେ ଏହା ଗଭୀର ଅବପାତରେ ପରିଣତ ହେବ।

ଆଜି ସଂଧ୍ୟାରେ ଏହା ବାଲେଶ୍ୱର ଏବଂ ସାଗର ଦ୍ୱୀପ ମଧ୍ୟରେ ଗଭୀର ଅବପାତ ଭାବେ ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି । ଏବେ ଏହା ବାଲେଶ୍ୱରରୁ ପୂର୍ବ ଦକ୍ଷୀଣ ପୂର୍ବ ଦିଗରେ ୨୦୦ କିଲୋମିଟର ଦୂରରେ ରହିଛି । ଘଣ୍ଟା ପ୍ରତି ୨୦ କିଲୋମିଟର ବେଗରେ ଏହା ଉପକୂଳ ଅଭିମୁଖେ ଅଗ୍ରସର ହେଉଛି । ଏହାର ପ୍ରଭାବରେ ରାଜ୍ୟରେ ଆରମ୍ଭ ହୋଇଗଲାଣି ବର୍ଷା । ଆଜି ଓ କାଲି ଦୁଇ ଦିନ ଧରି ପ୍ରବଳ ବର୍ଷା ହେବ । ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ ୪ ଜିଲ୍ଲାକୁ ରେଡ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ୪ ଜିଲ୍ଲା ହେଲା ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର ଏବଂ ଭଦ୍ରକ। ସେହିପରି ୧୨ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏବୁ ଜିଲ୍ଲା ହେଲା କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଢ଼େଙ୍କାନାଳ, ଅନୁଗୁଳ, ଦେଓଗଡ଼, ସୁନ୍ଦରଗଡ଼, ସମ୍ବଲପୁର,ସୋନପୁର, ବୌଦ୍ଧ, ବଲାଙ୍ଗୀର, ଯାଜପୁର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଝାରସୁଗୁଡ଼ା, ବରଗଡ଼, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ନୟାଗଡ଼,ଖୋର୍ଦ୍ଧା, ପୁରୀକୁ ୟେଲୋ ୱାର୍ଣ୍ଣି ଜାରି କରିଛି ପାଣିପାଗ ବିଭାଗ ।

ସେହିପରି ୨୦ ତାରିଖରୁ ୨୧ତାରିଖ ସାଢେ ୮ଟା ଯାଏଁ ପ୍ରବଳ ବର୍ଷା ନେଇ ୱାର୍ଣ୍ଣିଂ ଜାରି କରାଯାଇଛି । ଝାରସୁଗୁଡା, ସୁନ୍ଦରଗଡ, କେନ୍ଦୁଝର, ବେବଗଡ, ସମ୍ବଲପୁର, ବରଗଡ, ସୋନପୁର ଓ ବଲାଙ୍ଗୀର ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ମୟୂରଭଞ୍ଜ, ଅନୁଗୁଳ, ବୌଦ୍ଧ, କଳାହାଣ୍ଡି, ନୂଆପଡା, ନବରଙ୍ଗପୁର ଓ ଢେଙ୍କାନାଳ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହାର ପ୍ରଭାବରେ ପବନର ବେଗ ୪୫ରୁ ୫୫ କିଲୋମିଟର ରହିପାରେ । ସେହିପରି କିଛି ଅଞ୍ଚଳରେ ଏହା ୭୫ କିଲୋମିଟର ବେଗ ପର୍ଯ୍ୟନ୍ତ ରହିପାରେ । ଉତ୍ତର-ପଶ୍ଚିମ ଓଡ଼ିଶାରେ ୭୦ରୁ ୨୫୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ସମ୍ଭାବନା ରହିଛି । ସେସବୁ ଜିଲ୍ଲା ଗୁଡ଼ିକର ଭୁସ୍ଖଳନ, କଚ୍ଚା ଘର ଓ କଚ୍ଚା ରାସ୍ତା ଧୋଇଯିବାର ସମ୍ଭାବନା ରହିଛି । ବଙ୍ଗୋପସାଗରରେ ଲଘୁଚାପ ପାଇଁ ସମୁଦ୍ର ଅଶାନ୍ତ ରହିଛି । ୨୦ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ବାରଣ କରାଯାଇଛି। ସେହିଭଳି ବନ୍ଦର ଗୁଡ଼ିକରେ ୩ ନମ୍ବର ବିପଦ ସଂକେତ ଦିଆଯାଇଛି ।

Show More

Related Articles

Back to top button