Breaking PLUSଓଡ଼ିଶାମୁଖ୍ୟ ଖବର

ଅବପାତର ରୂପ ନେଲା ଲଘୁଚାପ

୨୪ ଘଣ୍ଟା ମଧ୍ୟରେ ସାମୁଦ୍ରିକ ଝଡ଼ରେ ହେବ ପରିଣତ

ସାମ୍ଭାବ୍ୟ ବାତ୍ୟା ଏବେ ବଙ୍ଗୋପ ସାଗରରେ ଅବପାତରେ ପରିଣତ ହୋଇଛି । ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଏହା ଗତି କରୁଥିବା ଜଣାପଡ଼ିଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ସାମୁଦ୍ରିକ ଝଡ଼ରେ ପରିଣତ ହେବା ସମ୍ଭାବନା ରହିଛି ।

ସାମ୍ଭାବ୍ୟ ବାତ୍ୟାକୁ ନେଇ ୧୪ ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି । ଏସ୍‌ଆର୍‌ସି ପ୍ରଦୀପ ଜେନା ଏନେଇ ସାମ୍ୱାଦିକ ସମ୍ମିଳନୀ କରି ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି । ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକୁ ସଜାଗ କରାଯାଇଛି । ଯେଉଁ ମତ୍ସ୍ୟଜୀବୀ ସମୁଦ୍ର ମଧ୍ୟକୁ ଯାଇଛନ୍ତି ସେମାନଙ୍କୁ ଶୀଘ୍ର ଘରକୁ ଫେରି ଆସିବାକୁ କୁହାଯାଇଛି । ମତ୍ସ୍ୟଜୀବୀମାନେ ସମୁଦ୍ରରୁ ଫେରି ଆସିଥିବା ମତ୍ସ୍ୟ ବିଭାଗ ସୂଚନା ଦେଇଛି ।

Show More

Related Articles

Back to top button