Breaking PLUSଦେଶମୁଖ୍ୟ ଖବର

ଫେବୃଆରୀ ୫ରେ ଦିଲ୍ଲୀରେ ଭୋଟ

ନୂଆଦିଲ୍ଲୀ: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା ହୋଇଛି। ମୁଖ୍ୟ ନିର୍ବାଚନ ଆୟୁକ୍ତ ରାଜୀବ କୁମାର ମଙ୍ଗଳବାର ଦିଲ୍ଲୀର ୭୦ ବିଧାନସଭା ଆସନ ପାଇଁ ତାରିଖ ଘୋଷଣା କରିଛନ୍ତି। ସମସ୍ତ ଆସନ ପାଇଁ ଗୋଟିଏ ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହେବ। ଫେବୃଆରୀ ୫ରେ ଦିଲ୍ଲୀ ନିର୍ବାଚନ ପାଇଁ ଭୋଟ୍‌ ଗ୍ରହଣ ହେବ। ଏଥିସହ ଫେବୃଆରୀ ୮ରେ ଫଳାଫଳ ପ୍ରକାଶ ପାଇବ। ନିର୍ବାଚନ ପାଇଁ ଚଳିତ ମାସ ୧୦ ତାରିଖରେ ବିଜ୍ଞପ୍ତି ପ୍ରକାଶ ପାଇବ। ଜାନୁଆରୀ ୧୭ ପ୍ରାର୍ଥୀପତ୍ର ଦାଖଲର ଶେଷ ଦିନ ରହିଥିବାବେଳେ ୧୮ରେ ପ୍ରାର୍ଥୀପତ୍ର ଯାଞ୍ଚ ହେବ। ଜାନୁଆରୀ ୨୦ ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷ ଦିନ ରହିଛି।

Show More

Related Articles

Back to top button