Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟର ୩ ସ୍ଥାନରେ ଘନ କୁହୁଡ଼ି ଅନୁଭୂତ , ୬ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି

ଭୁବନେଶ୍ଵର, ୧ ଫେବୃଆରୀ – ରାଜ୍ୟର ତିନୋଟି ସ୍ଥାନରେ ଆଜି ସକାଳେ ଘନ କୁହୁଡ଼ି ଅନୁଭୂତ ହୋଇଥିବା ବେଳେ ୬ଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଅନୁଭୂତ ହୋଇଛି । କଟକ, ଚାନ୍ଦବାଲି ଓ ବାଲେଶ୍ଵରରେ ଘନ କୁହୁଡ଼ି ଅନୁଭୂତ ହୋଇଛି । ଯାହାର ଦୃଶ୍ୟମାନ ଦୂରତା ୫୦ ମିଟରରୁ ୨୦୦ ମିଟର ମଧ୍ୟରେ ରହିଛି ।

ସେହିପରି ଭୁବନେଶ୍ଵର, ରାଉରକେଲା, ଝାରସୁଗୁଡ଼ା, ବାରିପଦା, କେନ୍ଦୁଝର ଏବଂ ଭବାନୀପାଟଣାରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଅନୁଭୂତ ହୋଇଛି । ଯାହାର ଦୃଶ୍ୟମାନ ଦୂରତା ୨୦୦ ମିଟରରୁ ୧୦୦୦ ମିଟର ମଧ୍ୟରେ ରହିଛି । ଭୁବନେଶ୍ଵର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆଜି ଜାରି ହୋଇଥିବା ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।

Show More

Related Articles

Back to top button