Breaking PLUSଓଡ଼ିଶାମୁଖ୍ୟ ଖବର

ଭୁବନେଶ୍ଵରରେ ଅତି ଘନ କୁହୁଡ଼ି ଅନୁଭୂତ

ରାଜ୍ୟର ୬ ସ୍ଥାନରେ ଘନ କୁହୁଡ଼ି

ଭୁବନେଶ୍ଵର, ୩୦ ଜାନୁଆରୀ – ରାଜ୍ୟର ରାଜଧାନୀ ଭୁବନେଶ୍ଵରରେ ଆଜି ସକାଳେ ଅତି ଘନ କୁହୁଡ଼ି ଦେଖିବାକୁ ମିଳିଛି । ଯାହାର ଦୃଶ୍ୟମାନ ଦୂରତା ୫୦ ମିଟର ମଧ୍ୟରେ ରହିଛି । ସେହିପରି କୋରାପୁଟ, ରାଉରକେଲା, ଢ଼େଙ୍କାନାଳ, କଟକ, ଅନୁଗୁଳ ଏବଂ କେନ୍ଦ୍ରାପଡ଼ାରେ ଘନ କୁହୁଡ଼ି ଅନୁଭୂତ ହୋଇଛି । ଯାହାର ଦୃଶ୍ୟମାନ ଦୂରତା ୫୦ ମିଟରରୁ ୨୦୦ ମିଟର ମଧ୍ୟରେ ରହିଛି ।

ଏହା ବ୍ୟତୀତ ବାରିପଦା, ତାଳଚେର, ଚାନ୍ଦବାଲି ଏବଂ ଭବାନୀପାଟଣାରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଅନୁଭୂତ ହୋଇଛି । ଯାହାର ଦୃଶ୍ୟମାନ ଦୂରତା ୨୦୦ ମିଟରରୁ ୧୦୦୦ ମିଟର ମଧ୍ୟରେ ରହିଛି । ଭୁବନେଶ୍ଵର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆଜି ଜାରି ହୋଇଥିବା ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।

Show More

Related Articles

Back to top button