Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟର ବିଭିନ୍ନ ସ୍ଥାନରେ ଘନ କୁହୁଡି

ଭୁବନେଶ୍ୱର, 10 ଡିସେମ୍ବର – ରାଜ୍ୟର ବିଭିନ୍ନ ସ୍ଥାନରେ ଘନ କୁହୁଡି ଦେଖାଦେଇଛି । ଖୋର୍ଦ୍ଧା, ଢେଙ୍କାନାଳ, ଚାନ୍ଦବାଲିରେ ପ୍ରବଳ ଘନ କୁହୁଡି ଦେଖାଦେଇଥିବା ବେଳେ ଟ୍ୱିନସିଟିରେ ବି ଘନ କୁହୁଡି ଦେଖାଦେଇଛି । ରାଜଧାନୀ ଭୁବନେଶ୍ବରର ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି ଯୋଗୁ ସର୍ବନିମ୍ନ ଦୃଶ୍ୟମାନ ଦୂରତା ୧୦୦ ମିଟର ରେକର୍ଡ କରାଯାଇଛି । ଆଗାମୀ ୩ ଦିନ ଯାଏଁ ପାଗରେ ବିଶେଷ ପରିବର୍ତ୍ତନ ସମ୍ଭାବନା ନାହିଁ । ୨ ଦିନ ପରେ ରାତ୍ରି ତାପମାତ୍ରା ୨ରୁ ୩ ଡିଗ୍ରୀ କମିବା ସମ୍ଭାବନା ରହିଥିବା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

Show More

Related Articles

Back to top button