ଓଡ଼ିଶାପାଣିପାଗମୁଖ୍ୟ ଖବର

ପୁଣି ଲଘୁଚାପ ସୃଷ୍ଟି , ସବୁ ଜିଲ୍ଲାର ଜିଲ୍ଲାପାଳଙ୍କୁ ଆଲର୍ଟ ରହିବାକୁ ଏସାରସିଙ୍କ ନିର୍ଦ୍ଦେଶ

ପୁଣି ଲଘୁଚାପ ସୃଷ୍ଟି । ରାଜ୍ୟର ବିଭିନ୍ନ ଅଞ୍ଚଳରେ ବନ୍ୟା ସ୍ଥିତି ଉପୁଜିଥିବାବେଳେ ଆସନ୍ତା ୧୯ରୁ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ୩ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ସେହପରି ଏହି ସମୟରେ ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ନଯିବାକୁ ବାରଣ କରାଯାଇଛି । ଏନେଇ ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ କୁମାର ଜେନା ଆଜି ସମସ୍ତ ଜିଲ୍ଲାପାଳଙ୍କୁ ଆଲର୍ଟ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ।

ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଆସନ୍ତା ୧୯ତାରିଖରେ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ଯୋଗୁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷାର ଆଶଙ୍କା ରହିଛି। ଯେଉଁ ଜିଲ୍ଲାଗୁଡ଼ିକ ପାଇଁ ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ସେଠାରେ ଯେକୌଣସି ପରିସ୍ଥିତିର ମୁକାବିଲା ନିମନ୍ତେ ପ୍ରସ୍ତୁତ ରହିବାକୁ ଜିଲ୍ଲାପାଳମାନଙ୍କୁ ପରାମର୍ଶ ଦିଆଯାଇଛି । ତଳିଆ ଅଂଚଳ ଜଳମଗ୍ନ ହେବାର ଆଶଙ୍କା ଥିବାରୁ ପରିସ୍ଥିତି ଉପରେ ନଜର ରଖିବାକୁ କୁହାଯାଇଛି । ପ୍ରବଳ ବର୍ଷା ଯୋଗୁ କିଛି କ୍ଷୟକ୍ଷତି ହେଲେ ତୁରନ୍ତ ରିପୋର୍ଟ ଦାଖଲ ପାଇଁ ନିର୍ଦ୍ଦେଶ ଦିଆଯାଇଛି ।

ସେହିପରି ଆସନ୍ତା ୧୮ରୁ ୧୯ତାରିଖ ପର୍ଯ୍ୟନ୍ତ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କଳାହାଣ୍ଡି, କନ୍ଧମାଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ବରଗଡ଼ ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବାବେଳେ ୧୯ ତାରିଖ ୮ଟାରୁ ସକାଳରୁ ୨୦ତାରିଖ ସକାଳ ପର୍ଯ୍ୟନ୍ତ ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, କଟକ, ଢେଙ୍କାନାଳ, ଅନୁଗୁଳ, ସମ୍ବଲପୁର, ବରଗଡ଼, ଦେବଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କଳାହାଣ୍ଡି, କନ୍ଧମାଳ, ଯାଜପୁର, ବଲାଙ୍ଗିର, ସୋନପୁର ଓ ବୌଦ୍ଧ ଜିଳ୍ଲାରେ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି ।

Show More

Related Articles

Back to top button