Breaking PLUSଓଡ଼ିଶାମୁଖ୍ୟ ଖବର

ରାଣୀ ଭି. ସୁଜ୍ଞାନ କୁମାରୀ ଦେଓଙ୍କ ବିୟୋଗରେ ଧର୍ମେନ୍ଦ୍ରଙ୍କ ଶୋକପ୍ରକାଶ

ଭୁବନେଶ୍ୱର, 10 ଫେବୃଆରୀ – ରାଣୀ ଭି.ସୁଜ୍ଞାନ କୁମାରୀ ଦେଓଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ବିଶିଷ୍ଟ ରାଜନୀତିଜ୍ଞ, ପୂର୍ବତନ ବିଧାୟିକା ତଥା ଖଲ୍ଲିକୋଟର ରାଣୀ ଭି. ସୁଜ୍ଞାନ କୁମାରୀ ଦେଓଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ଦୀର୍ଘ ସମୟ ଧରି ବିଧାୟିକା ଭାବେ ଓଡ଼ିଶାର ଜନମାନସରେ ସେ ସୁପରିଚିତ ଥିଲେ । ତାଙ୍କ ବିୟୋଗରେ ଓଡ଼ିଶା ଜଣେ ସ୍ପଷ୍ଟବାଦୀ ରାଜନେତ୍ରୀଙ୍କୁ ହରାଇଲା । ରାଜ୍ୟ ରାଜନୀତି ଜଗତରେ ଜନପ୍ରତିନିଧି ଭାବେ ତାଙ୍କର ଲୋକସେବା କାର୍ଯ୍ୟ ଗୁଡ଼ିକ ଚିର ସ୍ମରଣୀୟ ହୋଇ ରହିବ । ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଉଛି ।

Show More

Related Articles

Back to top button