Breaking PLUSଦେଶମୁଖ୍ୟ ଖବର

ଭୁବନେଶ୍ୱରରୁ ଦୁବାଇକୁ ସିଧାସଳଖ ବିମାନ ସେବା ନିମନ୍ତେ ଧର୍ମେନ୍ଦ୍ରଙ୍କ ଚିଠି

ଭୁବନେଶ୍ୱରରୁ ଦୁବାଇକୁ ସିଧାସଳଖ ବିମାନ ସେବା ନିମନ୍ତେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଚିଠି । ଭୁବନେଶ୍ୱରରୁ ଦୁବାଇକୁ ସିଧାସଳଖ ପ୍ରତିଦିନ ବିମାନ ସେବା ଆରମ୍ଭ କରିବା ପାଇଁ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କୁ ଚିଠି ଲେଖି ଅନୁରୋଧ କରିଛନ୍ତି ଧର୍ମେନ୍ଦ୍ର ।

ପତ୍ରରେ ସେ ଉଲ୍ଲେଖ କରିଛନ୍ତି, ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ)ର ବିଭିନ୍ନ ଅଞ୍ଚଳରେ ପ୍ରାୟ ୧୦ହଜାରରୁ ଉର୍ଦ୍ଧ୍ୱ ଓଡ଼ିଆ ବସବାସ କରୁଛନ୍ତି । ଭୁବନେଶ୍ୱରରୁ ଦୁବାଇ ଏବଂ ଦୁବାଇରୁ ଭୁବନେଶ୍ୱର ସିଧାସଳଖ ବିମାନସେବା ପାଇଁ ଦୀର୍ଘ ଦିନ ଧରି ଦାବି ହୋଇଆସୁଛି । ଦୁଇ ସହର ମଧ୍ୟରେ ସିଧାସଳଖ ବିମାନସେବା ଆରମ୍ଭ ହେଲେ ଓଡ଼ିଆ ଲୋକଙ୍କ ପାଇଁ ଅନ୍ତରାଷ୍ଟ୍ରୀୟ ଯାତାୟତର ଦ୍ୱାର ଫିଟିବ । ଏପରି କି କଳାତ୍ମକ, ହସ୍ତତନ୍ତ ଓ କୃଷି ଆଧାରିତ ସାମଗ୍ରୀ ବ୍ୟବସାୟ ଦ୍ୱାରା ରାଜ୍ୟର ଅର୍ଥନୀତି ଗତିଶୀଳ ହେବ । ଏଥିସହିତ ଅନ୍ତରାଷ୍ଟ୍ରୀୟ ପର୍ଯ୍ୟଟନକୁ ପ୍ରୋତ୍ସାହନ ଦେବ ବୋଲି ଧର୍ମେନ୍ଦ୍ର କହିଛନ୍ତି । ରାଜଧାନୀ ଭୁବନେଶ୍ୱର ସହ ସିଧାସିଧା ଅନ୍ତରାଷ୍ଟ୍ରୀୟ ବିମାନ ଯୋଗାଯୋଗ ପୂର୍ବ ଭାରତର ବିକାଶର ସମ୍ଭାବନାକୁ ଆହୁରି ଶକ୍ତିଶାଳୀ କରିବ ।

Show More

Related Articles

Back to top button