Breaking PLUSଓଡ଼ିଶାମୁଖ୍ୟ ଖବର
କନକ ଦୁର୍ଗାଙ୍କ ମନ୍ଦିରରେ ଦର୍ଶନ କରି ପୂଜାର୍ଚ୍ଚନା କଲେ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର, 23 ଫେବୃୟାରୀ – ଢେଙ୍କାନାଳ ଜିଲ୍ଲା ହିନ୍ଦୋଲ ଅନ୍ତର୍ଗତ ଆମ୍ବିଠି ଗ୍ରାମ ସ୍ଥିତ ମାଆ କନକ ଦୁର୍ଗାଙ୍କ ମନ୍ଦିରରେ ଦର୍ଶନ ସହ ପୂଜାର୍ଚ୍ଚନା କଲେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ବିଜେପି କର୍ମକର୍ତ୍ତା ଓ ଜିଲ୍ଲା ପ୍ରଶାସନ ପକ୍ଷରୁ କେନ୍ଦ୍ର ମନ୍ତ୍ରୀଙ୍କୁ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା । ଢେଙ୍କାନାଳ ସାଂସଦ ରୁଦ୍ର ନାରାୟଣ ପାଣି, ହିନ୍ଦୋଳ ବିଧାୟକ ସୀମାରାଣୀ ନାୟକ, ଅନୁଗୁଳ ବିଧାୟକ ପ୍ରତାପ ପ୍ରଧାନ, ଛେଣ୍ଡିପଦା ବିଧାୟକ ଅଗସ୍ତି ବେହେରା, ପାଲଲହଡା ବିଧାୟକ ଅଶୋକ ମହାନ୍ତି, ଏବଂ ଜିଲ୍ଲାପାଳ ଓ ଏସପି ଉପସ୍ଥିତ ରହିଥିଲେ । କେନ୍ଦ୍ର ମନ୍ତ୍ରୀଙ୍କୁ ସ୍ଵାଗତ କଲେ ମନ୍ଦିର କମିଟି ସଦସ୍ୟ । କେନ୍ଦ୍ର ମନ୍ତ୍ରୀଙ୍କ ଗସ୍ତ ପାଇଁ ମନ୍ଦିର ଚାରି ପାଖରେ କଡ଼ାକଡ଼ି ସୁରକ୍ଷା ବ୍ୟବସ୍ଥା କରାଯାଇଥିଲା ।