Breaking PLUSଓଡ଼ିଶାମୁଖ୍ୟ ଖବର

ତୃତୀୟ ଲହର ମୁକାବିଲା ଲାଗି ଓଡ଼ିଶା ସମର୍ଥ: ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ

କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ୍ ବର୍ତ୍ତମାନ ସାରା ବିଶ୍ୱରେ ଚିନ୍ତାର କାରଣ ପାଲଟିଛି । ବ୍ରିଟେନରେ କରୋନା ସ୍ଥିତି ଦେଖିବା ପରେ ଏବେ ଭାରତରେ ତୃତୀୟ ଲହର ଆସିବା ଆଶଙ୍କା ଦେଖାଦେଇଛି । ବ୍ରିଟେନରେ ସଂକ୍ରମଣକୁ ଦୃଷ୍ଟିରେ ରଖି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର ସତର୍କ କରାଇଛନ୍ତି । ତୃତୀୟ ଲହର ମୁକାବିଲା ଲାଗି ଆମେ ସମର୍ଥ ବୋଲି ସେ କହିଛନ୍ତି । ଯେତେ ରୋଗୀ ଚିହ୍ନଟ ହେଲେ ମଧ୍ୟ ତାଙ୍କୁ ସ୍ୱାସ୍ଥ୍ୟସେବା ଯୋଗାଇଦିଆଯିବ ।

ରାଜ୍ୟର ସମସ୍ତ କୋଭିଡ ହସ୍ପିଟାଲ, ଘରୋଇ ହସ୍ପିଟାଲରେ ସ୍ୱତନ୍ତ୍ର ଓମିକ୍ରନ ବ୍ଲକ ରଖିବାକୁ ନିର୍ଦେଶ ଦିଆଯାଇଛି । ସ୍ୱାସ୍ଥ୍ୟ ବିଭାଗ ପ୍ରସ୍ତୁତ ରହିଛି ବୋଲି କହିଛନ୍ତି ନିରଞ୍ଜନ ମିଶ୍ର । ସରକାରଙ୍କର କରୋନା ନିୟମାବଳୀ ଅନୁସାରେ ଆନ୍ତର୍ଜାତିକ ଯାତ୍ରୀଙ୍କର ସର୍ଭେଲାନ୍ସ ଚାଲିଛି ।

ଓମିକ୍ରନ ଚିହ୍ନଟ ପାଇଁ ଜିନମ ସିକ୍ୱେନ୍ସିଂ ଆବଶ୍ୟକ । ତେଣୁ ସିକ୍ୱେନ୍ସିଂ ପାଇଁ ଯାଉଥିବା ନମୁନା ସଂଖ୍ୟା ବଢାଇବାକୁ କୁହାଯାଇଛି । ଏବେ ସୁଦ୍ଧା ରାଜ୍ୟକୁ ଆଟ ରିସ୍କ କଣ୍ଟ୍ରିରୁ ୧୫ ଶହରୁ ଅଧିକ ଲୋକ ଆସିଲେଣି । ଯାହା ତଥ୍ୟ ଅଛି, ଓମିକ୍ରନର ଲକ୍ଷଣ ପୂର୍ବ ଭଳି ପ୍ରାୟ ସମାନ । ଦ୍ଵିତୀୟ ଲହରରେ ଯେଉଁ ଟ୍ରିଟମେଣ୍ଟ ଥିଲା, ଏବେ ବି ତାହା ରହିଛି । ଓମିକ୍ରନ ଯୋଗୁ ଯେଉଁ ପରିସ୍ଥିତି ସୃଷ୍ଟି ହେବ, ତାକୁ ସମ୍ଭାଳିବା ଲାଗି ସ୍ୱାସ୍ଥ୍ୟ ବିଭାଗ ସକ୍ଷମ ବୋଲି କହିଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ । ରୋଗୀ ସଂଖ୍ୟା ବୃଦ୍ଧି ସହ ତାଳ ଦେଇ ଭିତ୍ତିଭୂମି ବଢ଼ାଯିବ । ପୂର୍ବ ପ୍ରସ୍ତୁତି ସହ ଅକ୍ସିଜେନ, ବେଡ଼, ଜରୁରି ଔଷଧ ମହଜୁଦ ରଖାଯାଉଛି । ନିୟମିତ ଏହାର ତର୍ଜମା କରାଯାଉଛି ସେହି ଅନୁପାତରେ ପ୍ରସ୍ତୁତି ଚାଲିଛି ।

Show More

Related Articles

Back to top button