Breaking PLUSଓଡ଼ିଶାମୁଖ୍ୟ ଖବର

ଡିଏମଇଟି: ବଦଳିପାରେ ପ୍ରଥମରୁ ପଞ୍ଚମ ଶ୍ରେଣୀ ଖୋଲିବା ନିଷ୍ପତ୍ତି

ବଦଳିପାରେ ପ୍ରଥମରୁ ପଞ୍ଚମ ଶ୍ରେଣୀ ଯାଏଁ ଖୋଲିବା ନିଷ୍ପତ୍ତି । ଏ ନେଇ ଡିଏମଇଟି ରମାରମଣ ମହାନ୍ତି ସୂଚନା ଦେଇଛନ୍ତି । ଡିଏମଇଟି କହିଛନ୍ତି, କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମ୍ ଥିବାରୁ ସ୍କୁଲ ଖୋଲିବାକୁ ନିଷ୍ପତ୍ତି ହୋଇଥିଲା । ହେଲେ ଓମିକ୍ରନ୍ ସଂକ୍ରମିତଙ୍କ ସଂଖ୍ୟା ବଢୁଥିବାରୁ ଏହି ନିଷ୍ପତ୍ତି ବଦଳିପାରେ । ଏନେଇ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସମୀକ୍ଷା କରାଯିବ । ସମୀକ୍ଷା ପରେ ବିଭାଗ ପକ୍ଷରୁ ପରାମର୍ଶ ଦିଆଯିବ । ଉଲ୍ଲେଖଯୋଗ୍ୟ ଯେ, ଜାନୁଆରୀ ୩ରୁ ପ୍ରଥମରୁ ପଞ୍ଚମ ଶ୍ରେଣୀ ସ୍କୁଲ ଖୋଲିବା ନେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ମଙ୍ଗଳବାର ଦିନ ଘୋଷଣା କରିଥିଲେ । ଦେଢ ବର୍ଷ ପରେ ପ୍ରଥମରୁ ପଞ୍ଚମ ଶ୍ରେଣୀ ଯାଏଁ ସ୍କୁଲ ଖୋଲିବା ନିଷ୍ପତ୍ତି ହୋଇଛି ।

୩ ତାରିଖରୁ ସ୍କଲ ଖୋଲିବା ନେଇ ନିଷ୍ପତ୍ତି ହୋଇଛି । ରାଜ୍ୟରେ ଥିବା ପ୍ରାୟ ୨୭,୦୦୦ ବିଦ୍ୟାଳୟକୁ ଜାନୁୟାରୀ ୩ ତାରିଖରୁ ଖୋଲିବା ପାଇଁ ସରକାର ନିଷ୍ପତ୍ତି ଗ୍ରହଣ କରିଛନ୍ତି । ରାଜ୍ୟରେ ସ୍କୁଲ ଖୋଲିବା ପାଇଁ ଗତ କିଛି ଦିନ ଧରି ଯେଉଁ କଳ୍ପନା ଜଳ୍ପନା ଚାଲିଥିଲା ସେଥିରେ ପୂର୍ଣ୍ଣଚ୍ଛେଦ ପକାଇ ଏଭଳି ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର । ଏଥିପାଇଁ ବିଭିନ୍ନ ବିଶେଷଜ୍ଞଙ୍କ ପରାମର୍ଶ ନିଆଯାଇଥିଲା । ଏହାପରେ ନିଷ୍ପତ୍ତି ନେଇଥିଲେ ସରକାର । ଯେଉଁ ବିଦ୍ୟାଳୟରେ ଦଶମ ଶ୍ରେଣୀ ନିମନ୍ତେ ୫ ତାରିଖରୁ ୮ ତାରିଖ ପର୍ଯ୍ୟନ୍ତ ସମାଟିଭ୍-୧ ପରୀକ୍ଷା ହେବାର ଅଛି, ସେହି ବିଦ୍ୟାଳୟ ଗୁଡ଼ିକୁ ୧୦ଜାନୁୟାରୀ ଠାରୁ ଖୋଲିବା ପାଇଁ ନିଷ୍ପତ୍ତି ଗ୍ରହଣ କରାଯାଇଛି ।

Show More

Related Articles

Back to top button