ଓଡ଼ିଶାପାଣିପାଗ

ପୁଣି ଭିଜିବ ଓଡିଶା,ଆସନ୍ତା ୨୪ ତାରିଖ ପର୍ଯ୍ୟନ୍ତ ଜାରି ରହିବ ବର୍ଷା

ପୁଣି ଭିଜିବ ଓଡିଶା । ଘୂର୍ଣ୍ଣିବଳୟ ପ୍ରଭାବରେ ଆଜିଠୁ ରାଜ୍ୟରେ ବୃଦ୍ଧି ପାଇବ ବର୍ଷା । ଏହି ବର୍ଷା ଆସନ୍ତା ୨୪ ତାରିଖ ପର୍ଯ୍ୟନ୍ତ ଜାରି ରହିବ । କାଲି ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା । ବିଶେଷ କରି ପକୂଳ ଓଡ଼ିଶା ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ଭାରି ବର୍ଷା ହେବ । ଏନେଇ ପୂର୍ବାନୁମାନ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ହେବ । ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର, ବରଗଡ଼, ସୋନପୁର, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ବୌଦ୍ଧ, କନ୍ଧମାଳ, ନୟାଗଡ଼ ଓ ଗଞ୍ଜାମ ଜିଲ୍ଲାରେ ପ୍ରବଳ ବର୍ଷା ହେବ । ଏଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯିବା ସହ ସ୍ୱତନ୍ତ୍ର ରିଲିଫ କମିଶନର(ଏସ୍‌ଆରସି) ଏନେଇ ସତର୍କ ସୂଚନା ଜାରି କରିଛନ୍ତି ।

ଝାଡ଼ଖଣ୍ଡ ଓ ସଂଲଗ୍ନ ଅଞ୍ଚଳରେ ହେବାକୁ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ମୌସୁମୀ ସକ୍ରିୟ ହେବ । ଏଥିପାଇଁ ୨୪ ତାରିଖ ଯାଏ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଜ୍ଞାନ କେନ୍ଦ୍ରର ବୈଜ୍ଞାନିକ ଉମାଶଙ୍କର ଦାସ କହିଛନ୍ତି । ୨୨ରେ ଉପକୂଳ ଓଡ଼ିଶା ଓ ପଶ୍ଚିମ ଓଡ଼ିଶାରେ ଭାରି ବର୍ଷା ହୋଇପାରେ । ବରଗଡ଼, ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ, କଟକ, ଜଗତସିଂହପୁର ଓ ପୁରୀ ଜିଲ୍ଲାରେ ଅତିପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିଭଳି ୨୩ରେ ଯାଜପୁର, ଢେଙ୍କାନାଳ, କେନ୍ଦ୍ରାପଡା, ଜଗତସିଂହପୁର, କେନ୍ଦୁଝର, ସୁନ୍ଦରଗଡ଼ ଓ ପୁରୀ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ୨୪ ରେ ପଶ୍ଚିମ ଓଡ଼ିଶାର ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗୀର, ବରଗଡ଼, ସୋନପୁର, ବୌଦ୍ଧ, ନବରଙ୍ଗପୁର ଓ କନ୍ଧମାଳ ଜିଲ୍ଲାର ବିଭିନ୍ନ ସ୍ଥାନରେ ଅତିପ୍ରବଳ ବର୍ଷା ହୋଇପାରେ ।

 

Show More

Related Articles

Back to top button