Breaking PLUSଓଡ଼ିଶାମୁଖ୍ୟ ଖବର

SCBରେ ‘ଏକମୋ’

ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

କଟକ ବଡ଼ ମେଡିକାଲରେ ଉଦ୍ଘାଟିତ ହେଲା ପୂର୍ବ ଭାରତର ସବୁଠାରୁ ବଡ଼ ସରକାରୀ ୟୁନିଟ୍ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏହାକୁ ଉଦଘାଟନ କରିଛନ୍ତି । ରାଜ୍ୟ ସ୍ୱାସ୍ଥ୍ୟ ସେବାରେ ଯୋଡ଼ି ହୋଇଛି ଆଉ ଏକ ନୂଆ ଅଧ୍ୟାୟ । ଆଉ ବ୍ୟୟବହୁଳ ହେବନି ଏକମୋ ଚିକିତ୍ସା । ବିନା ମୂଲ୍ୟରେ ଗୁରୁତର ରୋଗୀଙ୍କୁ ମିଳିବ ଏହି ସୁବିଧା । ଆଜିଠୁ ମାଗଣାରେ ମିଳିବ ଏକମୋ ଚିକିତ୍ସା । ୯ଟି ଏକମୋ ମେସିନ ପ୍ରସ୍ତୁତ ହୋଇ ରହିଥିବାବେଳେ ସେଥିରୁ ୬ଟି ମେସିନ୍ କରୋନାରୁ ସୁସ୍ଥ ହେବା ପରେ ଗୁରୁତର ରୋଗୀଙ୍କ ପାଇଁ ଓ ଅନ୍ୟ ୩ଟି ସଂକ୍ରମିତଙ୍କ ପାଇଁ ବ୍ୟବହାର କରାଯିବ । ଦୁଇଟି ପର୍ଯ୍ୟାୟରେ ୧୯ଜଣ ଡାକ୍ତର ଓ କର୍ମଚାରୀଙ୍କୁ ଏଥିପାଇଁ ଦିଆଯାଇଛି ତାଲିମ । ପୂର୍ବରୁ ଏକମୋ ଚିକିତ୍ସା ପାଇଁ ରୋଗୀମାନଙ୍କୁ ଏୟାର ଆମ୍ବୁଲାନ୍ସରେ ରାଜ୍ୟ ବାହାରକୁ ଯିବାକୁ ପଡୁଥିଲା । ମୁଖ୍ୟମନ୍ତ୍ରୀଙ୍କ ପ୍ରଚେଷ୍ଟାରୁ ଏବେ କଟକରେ ବିନାମୂଲ୍ୟରେ ଗୁରୁତର ରୋଗୀଙ୍କୁ ଏହି ଚିକିତ୍ସା ମିଳିପାରିବ । ଯାହାକୁ ନେଇ ରାଜ୍ୟବାସୀ ଖୁସି ପ୍ରକଟ କରିଛନ୍ତି ।

Show More

Related Articles

Back to top button