Breaking PLUSଓଡ଼ିଶାମୁଖ୍ୟ ଖବର

ଗଣଶିକ୍ଷା ବିଭାଗ: ଏପ୍ରିଲ୍‌ ୨ରୁ ସକାଳୁ ସ୍କୁଲ ଯିବେ ଛାତ୍ରଛାତ୍ରୀ

ରାଜ୍ୟର ବୃଦ୍ଧି ପାଇବାରେ ଲାଗିଛି ଗ୍ରୀଷ୍ମ ପ୍ରବାହ । ଏହାକୁ ଦୃଷ୍ଟିରେ ରଖି ସ୍କୁଲଗୁଡ଼ିକୁ ସକାଳୁଆ କରିବା ପାଇଁ ସରକାର ନିଷ୍ପତ୍ତି ନେଇଛନ୍ତି ।

ଏନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ ସୂଚନା ଦେଇଛନ୍ତି । ସକାଳ ୬.୩୦ରୁ ୧୦ଟା ପର୍ଯ୍ୟନ୍ତ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀ ସ୍କୁଲ ଯିବା ନେଇ ଗଣଶିକ୍ଷା ବିଭାଗ ନିଷ୍ପତ୍ତି ନେଇଛି ।

ସେହିପରି ସକାଳ ୭ଟାରୁ ୧୧ଟା ପର୍ଯ୍ୟନ୍ତ ନବମ ଏବଂ ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଠପଢ଼ା ନେଇ ବିଭାଗ କହିଛି ।

Show More

Related Articles

Back to top button