Breaking PLUSଓଡ଼ିଶାମୁଖ୍ୟ ଖବରରାଜନୀତି

ପିପିଲି ଉପନିର୍ବାଚନ : ପ୍ରକାଶ ପାଇଲା ସାନି ବିଜ୍ଞପ୍ତି

ପିପିଲି ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ସାନି ବିଜ୍ଞପ୍ତି । ମେ ୧୩ରେ ହେବ ପିପିଲି ଉପନିର୍ବାଚନ। ଏଥିପାଇଁ ଏପ୍ରିଲ ୨୬ ତାରିଖରେ ନାମାଙ୍କନ ଦାଖଲର ଶେଷ ତାରିଖ। ଏପ୍ରିଲ ୨୭ରେ ନାମାଙ୍କନ ଯାଞ୍ଚ୍ ଏବଂ ୨୯ରେ ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷ ତାରିଖ ।

ପିପିଲି ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ସାନି ବିଜ୍ଞପ୍ତି । ମେ ୧୩ରେ ହେବ ପିପିଲି ଉପନିର୍ବାଚନ। ଏଥିପାଇଁ ଏପ୍ରିଲ ୨୬ ତାରିଖରେ ନାମାଙ୍କନ ଦାଖଲର ଶେଷ ତାରିଖ। ଏପ୍ରିଲ ୨୭ରେ ନାମାଙ୍କନ ଯାଞ୍ଚ୍ ଏବଂ ୨୯ରେ ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷ ତାରିଖ । କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ଅକାଳ ବିୟୋଗ ହୋଇଥିବାରୁ କେବଳ କଂଗ୍ରେସ ଦଳ ପକ୍ଷରୁ ପ୍ରାର୍ଥୀପତ୍ର ଦାଖଲ ହେବ।

ସୂଚନାଯୋଗ୍ୟ ଯେ, କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ହୋଇଥିବା ଅଜିତ ମଙ୍ଗରାଜଙ୍କ ମୃତ୍ୟୁ ପରେ ଉପନିର୍ବାଚନ ସ୍ଥଗିତ ରହିଥିଲା । ଏହାପରେ ଆଜି ଉପନିର୍ବାଚନ ପାଇଁ ସାନି ବିଜ୍ଞପ୍ତି ପ୍ରକାଶ ପାଇଛି । ତେବେ ନିର୍ବାଚନ କମିଶନଙ୍କ ପକ୍ଷରୁ ପ୍ରକାଶ ପାଇଥିବା ବିଜ୍ଞପ୍ତି ଅନୁଯାୟୀ, ମେ’ ୧୩ ତାରିଖରେ ନିର୍ବାଚନ ହେବ । ଏହାପରେ ୧୬ ତାରିଖରେ ହେବ ଭୋଟ୍‌ ଗଣତି । ତେବେ ଅଜିତ୍‌ଙ୍କ ପରେ କଂଗ୍ରେସ କାହାକୁ ପ୍ରାର୍ଥୀ କରିବ ତାକୁ ନେଇ ଚର୍ଚ୍ଚା ଜୋର ଧରିଛି । ତେବେ ପ୍ରାର୍ଥୀ ନେଇ ଦଳ ପକ୍ଷରୁ କିଛି ବିଧିବଦ୍ଧ ଘୋଷଣା ହୋଇନଥିଲେବି ଜଟଣୀ ବିଧାୟକ ସୁରେଶ ରାଉତରାୟ ଅଜିତଙ୍କ ପତ୍ନୀ ବନ୍ଦନାଙ୍କ ସପକ୍ଷରେ ମୁହଁ ଖୋଲିଛନ୍ତି । ଖୋଲାଖୋଲି ଭାବେ ତାଙ୍କୁ ପ୍ରାର୍ଥୀ କଲେ ଦଳ ଭଲ ଉଚିତ୍‌ ହେବ ବୋଲି କହିଛନ୍ତି ।

Show More

Related Articles

Back to top button