Breaking PLUSଦେଶଦେଶ ବିଦେଶମୁଖ୍ୟ ଖବରରାଜନୀତିସ୍ୱତନ୍ତ୍ର

ୱାନ ନେସନ, ୱାନ ଇଲେକ୍ସନ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ

ନୂଆଦିଲ୍ଲୀ- ୱାନ ନେସନ ୱାନ ଇଲେକ୍ସନ ପାଇଁ ଗଠିତ ହୋଇଥିବା କମିଟିର ପ୍ରଥମ ବୈଠକ ଆଜି ଅନୁଷ୍ଠିତ ହୋଇଛି। କମିଟିର ମୁଖ୍ୟ ତଥା ଭାରତର ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏ ବାବଦରେ ବିସ୍ତୃତ ଆଲୋଚନା ହୋଇଛି। ଏହି ବୈଠକରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, ଆଇନ ଓ ନ୍ୟାୟ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ (ସ୍ୱାଧୀନ ଦାୟିତ୍ୱ) ଅର୍ଜୁନରାମ ମେଘୱାଲ, ରାଜ୍ୟସଭାର ପୂର୍ବତନ ବିରୋଧୀ ଦଳ ନେତା ଗୁଲାମ ନବୀ ଆଜାଦ, ପଞ୍ଚଦଶ ଅର୍ଥ ଆୟୋଗର ପୂର୍ବତନ ଅଧ୍ୟକ୍ଷ ଏନ୍‌କେ ସିଂହ, ଲୋକସଭାର ପୂର୍ବତନ ମହାସଚିବ ଡ ସୁଭାଷ ସି. କଶ୍ୟପ, ପୂର୍ବତନ ମୁଖ୍ୟ ଭିଜିଲାନ୍ସ କମିସନର ସଞ୍ଜୟ କୋଠାରୀ ଯୋଗ ଦେଇଥିଲେ। ବରିଷ୍ଠ ଆଇନଜୀବୀ ହରିଶ ସାଲଭେ ଆଭାସୀ ମାଧ୍ୟମରେ ବୈଠକରେ ଯୋଗ ଦେଇଥିଲେ। ଏହି ବୈଠକରେ ଲୋକସଭାର ବିରୋଧୀ ଦଳର ନେତା ଅଧୀର ରଞ୍ଜନ ଚୌଧୁରୀ ଉପସ୍ଥିତ ନ ଥିଲେ। ଉଚ୍ଚସ୍ତରୀୟ କମିଟିର ସଦସ୍ୟମାନଙ୍କୁ ସ୍ୱାଗତ କରି କମିଟିର ଅଧ୍ୟକ୍ଷ କୋବିନ୍ଦ ବୈଠକର କାର୍ଯ୍ୟସୂଚୀର ରୂପରେଖ ପ୍ରସ୍ତୁତ କରିଥିଲେ।

ସ୍ୱୀକୃତିପ୍ରାପ୍ତ ଜାତୀୟ ରାଜନୈତିକ ଦଳ, ରାଜ୍ୟରେ ସରକାରରେ ଥିବା ରାଜନୈତିକ ଦଳ, ସଂସଦରେ ପ୍ରତିନିଧି ଥିବା ରାଜନୈତିକ ଦଳ ଏବଂ ଅନ୍ୟ ସ୍ୱୀକୃତିପ୍ରାପ୍ତ ରାଜନୈତିକ ଦଳଗୁଡ଼ିକୁ ଦେଶରେ ଏକକାଳୀନ ନିର୍ବାଚନ ପ୍ରସଙ୍ଗରେ ସେମାନଙ୍କର ପରାମର୍ଶ ଓ ଦୃଷ୍ଟିକୋଣ ଜଣାଇବା ପାଇଁ ଆମନ୍ତ୍ରଣ କରିବାକୁ ନିଷ୍ପତ୍ତି ନିଆଯାଇଥିଲା। ଏ ବାବଦ ମତାମତ ମିଳିବା ପରେ ଏହା ଉପରେ ଅନୁଧ୍ୟାନ କରାଯିବ ବୋଲି ବୈଠକରେ ନିଷ୍ପତ୍ତି ହୋଇଛି। ଏହା ବ୍ୟତୀତ ଏହି କମିଟି ଦେଶରେ ଏକକାଳୀନ ନିର୍ବାଚନ ପ୍ରସଙ୍ଗରେ ନିଜର ପରାମର୍ଶ ଓ ଦୃଷ୍ଟିକୋଣ ରଖିବା ପାଇଁ ଭାରତୀୟ ଆଇନ ଆୟୋଗକୁ ମଧ୍ୟ ନିମନ୍ତ୍ରଣ କରିବ।

Show More

Related Articles

Back to top button