ଓଡ଼ିଶାସ୍ୱତନ୍ତ୍ର

ଆଜି ପୁରୀ ଗସ୍ତରେ ଯାଇ ଉନ୍ନୟନ ମୂଳକ କାର୍ଯ୍ୟର ଅଗ୍ରଗତି ନେଇ ସମୀକ୍ଷା କଲେ ୫ଟି ସଚିବ

ଆଜି ପୁରୀ ଗସ୍ତରେ ଯାଇଥିଲେ ୫ଟି ସଚିବ ଭିକେ ପାଣ୍ଡିଆନ୍ । ଚତୁର୍ଦ୍ଧା ମୂର୍ତ୍ତି ଦର୍ଶନ କରିବା ସହ ଉନ୍ନୟନ ମୂଳକ କାର୍ଯ୍ୟର ଅଗ୍ରଗତି ନେଇ କଲେ ସମୀକ୍ଷା । ଏହାପରେ ଭୁବନେଶ୍ୱର ପ୍ରତ୍ୟାବର୍ତ୍ତନ କରିଥିଲେ ।

ସୂଚନା ଅନୁଯାୟୀ, ପ୍ରଥମେ ପୁରୀରେ ପହଞ୍ଚିବା ପରେ ସେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ବିଭିନ୍ନ ବିଭାଗୀୟ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି। ଏଥିସହ ପୁରୀରେ ଚାଲୁଥିବା ବିଭିନ୍ନ ପ୍ରକଳ୍ପ ଯଥା ଶ୍ରୀମନ୍ଦିର ଐତିହ୍ୟ କରିଡର, ଶ୍ରୀସେତୁ, ଶ୍ରୀଜଗନ୍ନାଥ ଷ୍ଟାଡିଅମ ଭଳି ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟରୁ ଅଗ୍ରଗତି ନେଇ ସମୀକ୍ଷା କରିଛନ୍ତି । ପରେ ଶ୍ରୀମନ୍ଦିର ଯାଇ ଚତୁର୍ଦ୍ଧାମୂରତିଙ୍କ ଦର୍ଶନ କରିବା ସହ ବେଢା ପରିକ୍ରମା, ମହାଲକ୍ଷ୍ମୀ ମନ୍ଦିର, ବିମଳା ମନ୍ଦିର, ପାର୍ଶ୍ଵଦେବାଦେବୀ ମନ୍ଦିର ଆଦି ଦର୍ଶନ କରି ଭୁବନେଶ୍ୱର ପ୍ରତ୍ୟାବର୍ତ୍ତନ କରିଛନ୍ତି।

Show More

Related Articles

Back to top button