ଓଡ଼ିଶା

‘ଅସାନି’ ମୁକାବିଲା ପାଇଁ ମାଲକାନଗିରି ପ୍ରଶାସନର ଆଗୁଆ ପଦକ୍ଷେପ

ଜିଲ୍ଲାର ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି

ବାତ୍ୟା ‘ଅସାନି’ର ମୁକାବିଲା କରିବା ଲାଗି ମାଲକାନଗିରି ଜିଲ୍ଲା ପ୍ରଶାସନ ତରଫରୁ ଆଗୁଆ ପଦକ୍ଷେପ ଗ୍ରହଣ କରାଯାଇଛି । ଜିଲ୍ଲାପାଳ ବିଶାଲ ସିଂଙ୍କ ଅଧ୍ୟକ୍ଷତାରେ ସମସ୍ତ ବିଡିଓ, ତହସିଲଦାର ଏବଂ ଜିଲ୍ଲାସ୍ତରୀୟ ଅଧିକାରୀଙ୍କ ସହ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଅସୁରକ୍ଷିତ ଘରେ ରହୁଥିବା ଲୋକ, ଗର୍ଭବତୀ ମହିଳା ଏବଂ ଭିନ୍ନକ୍ଷମମାନଙ୍କୁ ଅସୁରକ୍ଷିତ ସ୍ଥାନରୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରିବାକୁ ବୈଠକରେ ନିଷ୍ପତ୍ତି ନିଆଯାଇଛି । କଚା ଘରେ ବାସ କରୁଥିବା ଲୋକଙ୍କୁ ନିରାପଦ ସ୍ଥାନକୁ ସ୍ଥାନାନ୍ତରିତ କରିବା ସହ ସବୁ ବ୍ଲକ ମାନଙ୍କରେ ଅଫିସର ମାନେ ରହି ତଦାରଖ କରିବାକୁ ଜିଲ୍ଲାପାଳ ନିର୍ଦେଶ ଦେଇଛନ୍ତି ।

ପ୍ରକଳ୍ପ ନିର୍ଦେଶକ ଡ଼ି.ଆର.ଡି.ଏ ଙ୍କୁ ଚିତ୍ରକୋଣ୍ଡା ବ୍ଲକ, ଅତିରିକ୍ତ ଜିଲ୍ଲାପାଳଙ୍କୁ କାଲିମେଳା ବ୍ଲକ ରେ ରହି ତଦାରଖ କରିବାକୁ ଜିଲ୍ଲାପାଳ ନିର୍ଦେଶ ଦେଇଛନ୍ତି । ଆଜି ଦିନକ ପାଇଁ ମାଲକାନଗିରି ଜିଲ୍ଲାର ସମସ୍ତ ସ୍କୁଲ କଲେଜ ବନ୍ଦ ରଖିବା ଲାଗି ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲାପାଳ । ଦୁଇଟି ଓଡ୍ରାଫ ଟିମ ଆଜି ସକାଳେ ମାଲକାନଗିରି ପହଞ୍ଚିଛି ।

Show More

Related Articles

Back to top button