Breaking PLUSଓଡ଼ିଶାପାଣିପାଗମୁଖ୍ୟ ଖବର

ଆସନ୍ତା ଦୁଇ ଦିନ ହାଲୁକା ବର୍ଷା, ୧୨ରୁ ଛେଚିବ

ରାଜ୍ୟରେ ଆସନ୍ତା ଦୁଇ ଦିନ ହାଲୁକା ବର୍ଷା ହେବାର ଆଶଙ୍କା ରହିଛି । ଏହାକୁ ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ରବି ଓ ସୋମବାର ଦୁଇ ଦିନ ରାଜ୍ୟରେ ସାମାନ୍ୟ ବର୍ଷା ହୋଇପାରେ । ୧୧ ଓ ୧୨ରୁ ରାଜ୍ୟରେ ବର୍ଷା ପରିମାଣ ବଢ଼ିବ ବୋଲି ସତର୍କତା ଜାରି କରାଯାଇଛି । ଆସନ୍ତା ଦୁଇ ଦିନ ରାତି ତାପମାତ୍ରା ୨ରୁ ୩ ଡିଗ୍ରୀ ବଢ଼ିବ ବୋଲି ବୁଲେଟିନ୍‌ରେ କୁହାଯାଇଛି । ରବିବାର ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ରେ ବର୍ଷା ଆଶଙ୍କା ରହିଛି । ସେହିଭଳି କିଛି ଜିଲ୍ଲାରେ ଘନ କୁହୁଡି ହୋଇପାରେ ।

ମାଲକାନଗିରି, କୋରାପୁଟ, ରାୟଗଡ଼ା, କନ୍ଧମାଳ, ଗଜପତି, ବାଲେଶ୍ୱର, ଭଦ୍ରକ, ଯାଜପୁର ଓ ମୟୂରଭଞ୍ଜରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ସୋମବାର ନୂଆପଡ଼ା, ବଲାଙ୍ଗୀର, ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ସୁନ୍ଦରଗଡ଼, ଦେବଗଡ଼ ଓ ବରଗଡ଼ରେ ବର୍ଷା ହେବ ବୋଲି ବିଭାଗ ଆକଳନ କରିଛି । ୧୧ ତାରିଖରେ ୭ ଜିଲ୍ଲାରେ ବର୍ଷା ହେବ ବୋଲି ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି । ବରଗଡ଼, ବଲାଙ୍ଗୀର, ସୋନପୁର, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ ଦେବଗଡ଼ରେ ମଧ୍ୟମ ଧରଣର ବର୍ଷା ହୋଇପାରେ । ୧୨ରେ କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଅନୁଗୁଳ, କଟକ ଓ ନୟାଗଡ଼ରେ ବି ବର୍ଷା ହେବ ବୋଲି ସତର୍କ ସୂଚନା ଦିଆଯାଇଛି ।

Show More

Related Articles

Back to top button