Breaking PLUSଓଡ଼ିଶାମୁଖ୍ୟ ଖବର

କୋଭିଡ୍ ନେଇ ସଚେତନ କରାଇଲେ ମୁଖ୍ୟମନ୍ତ୍ରୀ

‘କରୋନା ଏବେବି ଅଛି, ମାସ୍କ ପିନ୍ଧନ୍ତୁ ସୁରକ୍ଷିତ ରୁହନ୍ତୁ’

କୋଭିଡ୍ ସଂକ୍ରମଣ ନେଇ ସଚେତନ କରାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଟ୍ବିଟ୍ କରି ଏନେଇ ମୁଖ୍ୟମନ୍ତ୍ରୀ ସଚେତନ କରିଛନ୍ତି । ଟ୍ବିଟ୍‌ରେ ମୁଖ୍ୟମନ୍ତ୍ରୀ ଲେଖିଛନ୍ତି ଯେ, ‘କୋଭିଡ୍ ମହାମାରୀର ବିପଦ ଏଯାଏଁ ଟଳି ନାହିଁ । ଏହାର ସଂକ୍ରମଣରୁ ନିଜକୁ ଏବଂ ଅନ୍ୟମାନଙ୍କୁ ସୁରକ୍ଷିତ ରଖିବା ପାଇଁ ମାସ୍କ ନିଶ୍ଚୟ ପିନ୍ଧନ୍ତୁ । ସଚେତନ ହୁଅନ୍ତୁ, ସୁରକ୍ଷିତ ରୁହନ୍ତୁ ।’ ଉଲ୍ଲେଖଯୋଗ୍ୟ ଯେ, ରାଜ୍ୟରେ କୋଭିଡ୍ ସଂକ୍ରମିତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଇବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୪୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

 

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୩୬ ଜଣ କ୍ବାରେଣ୍ଟାଇନ୍‌ରୁ ରହିଥିବା ବେଳେ ୩୦୭ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୮୭ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୯୫୩୨୮କୁ ବୃଦ୍ଧି ପାଇଛି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୯୫୩୨୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୮୭୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୮୨୨୭୦ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୨୨୭୬୧୨୨୦ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button