Breaking PLUSଓଡ଼ିଶାମୁଖ୍ୟ ଖବର

ଲଗାଣ ବର୍ଷା ପାଇଁ ଦୁଇ ଦିନ ସ୍କୁଲ ଛୁଟି

ରେଡ୍‌ ଆର୍ଲଟ ଥିବା ୧୨ ଜିଲ୍ଲାରେ ୨ ଦିନ ବନ୍ଦ ରହିବ ପାଠପଢା

ଲଗାଣ ବର୍ଷାରେ ବେହାଲ ସାରା ରାଜ୍ୟ । ଏହାକୁ ଦୃଷ୍ଟିରେ ରଖି ୧୨ ଜିଲ୍ଲାରେ ୨ ଦିନ ପାଇଁ ସ୍କୁଲ ଛୁଟି ଘୋଷଣା କରାଯାଇଛି । ରେଡ୍ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାରେ ବନ୍ଦ ରହିବ ସ୍କୁଲ । ଘୋଷଣା କରିଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ । ଏହି ୧୨ ଜିଲ୍ଲାଗୁଡିକ ହେଲା ପୁରୀ, ଖୋର୍ଦ୍ଧା କଟକ, ଜଗତସିଂହପୁର, କେନ୍ଦ୍ରାପଡା, ଢେଙ୍କାନାଳ ଓ ନୟାଗଡ଼ରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ରେଡ୍ ଆଲର୍ଟ ଜାରି ହୋଇଛି ।

ସେହିଭଳି ସମ୍ବଲପୁର, ଦେବଗଡ଼, ଅନୁଗୁଳ, ସୋନପୁର ଓ ବରଗଡ଼କୁ ମଧ୍ୟ ରେଡ୍ ଆଲର୍ଟ ଜାରି କରିଥିଲେ ଏସଆରସି । ସେହିଭଳି ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି । ଗତ ୨୪ ଘଂଟା ମଧ୍ୟରେ ରେକର୍ଡ ବର୍ଷା ହୋଇଛି । ଯାହାକୁ ନେଇ ଦୁଇ ଦିନ ପାଇଁ ସ୍କୁଲ ବନ୍ଦ ଘୋଷଣା କରିଛନ୍ତି ଜିଲ୍ଲାପାଳ ।

Show More

Related Articles

Back to top button