Breaking PLUSଓଡ଼ିଶାପାଣିପାଗମୁଖ୍ୟ ଖବର

ଆଗାମୀ ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

୮ଜିଲ୍ଲାକୁ ଅରେଞ୍ଜ ଓ ୧୫ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ

ଓଡିଶାର ଦକ୍ଷିଣ ପ୍ରାନ୍ତରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ଉପକୂଳବର୍ତ୍ତୀ ଅଞ୍ଚଳରେ ରହିଛି । ଏହାର ପ୍ରଭାବରେ ମୌସୁମୀ ସକ୍ରିୟ ହେବା ସହ ଅଧିକ ବର୍ଷା କରାଇବ । ତେବେ ଆସନ୍ତା ୧୫ ତାରିଖ ଯାଏଁ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ୧୨ ତାରିଖ ସକାଳ ଯାଏଁ ୮ ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ୮ ଜିଲ୍ଲାରେ ୭ରୁ ୨୦ ସେଣ୍ଟିମିଟର ବର୍ଷା ସମ୍ଭାବନା ରହିଛି ।

୮ ଜିଲ୍ଲା ହେଲା- କଳାହାଣ୍ଡି, ନବରଙ୍ଗପୁର, କନ୍ଧମାଳ, ଗଜପତି, ଗଞ୍ଜାମ, କୋରାପୁଟ, ରାୟଗଡା ଓ ମାଲକାନଗିରି । ସେହିଭଳି ୧୫ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ବର୍ଷା ଯୋଗୁଁ ପାହାଡିଆ ଅଞ୍ଚଳରେ ଭୂସ୍ଖଳନର ସମ୍ଭାବନା ରହୁଛି ।

Show More

Related Articles

Back to top button