ଓଡ଼ିଶା

୩ ଦିନ ଯାଏଁ ପ୍ରବଳ ବର୍ଷା ସମ୍ଭାବନା

ରାଜ୍ୟର ବିଭିନ୍ନ ସ୍ଥାନରେ ପାଣିପାଗରେ ପରିବର୍ତନ ଘଟିଛି। ବୁଧବାର ଅପରାହ୍ଣରେ କଟକ ସହର ସମେତ ରାଜ୍ୟର ଅନେକ ସ୍ଥାନରେ ଘଡଘଡି ସାଙ୍ଗକୁ ବର୍ଷା ହୋଇଯାଇଛି

ନବରଙ୍ଗପୁର ଜିଲ୍ଲା ତେନ୍ତୁଳିଖୁଣ୍ଟି ବ୍ଲକ ଅନ୍ତର୍ଗତ ଡେଙ୍ଗାଗୁଡା ଗ୍ରାମରେ ବଜ୍ରପାତରେ ଜଣେ ମହିଳା ଗୁରୁତର ହେବା ସହ ୨ଟି ଗାଈଙ୍କ ମୃତ୍ୟୁ ଘଟିଛି । ତେବେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଆସନ୍ତା ୩ ଦିନ ଯାଏଁ ପ୍ରବଳ ବର୍ଷାର ସମ୍ଭାବନା ରହିଛି।ରାଜ୍ୟର କନ୍ଧମାଳ, ଗଞ୍ଜାମ, ଗଜପତି ଓ ବୌଦ୍ଧରେ ଆସନ୍ତା ୨୪ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ଏଥିପାଇଁ ଏହି ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି।
ସେହିପରି ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ବରଗଡ଼,ସମ୍ବଲପୁର ଓ ଅନୁଗୁଳର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡିକୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଅନ୍ୟପକ୍ଷରେ ଆସନ୍ତା ୨ ଦିନ ମଧ୍ୟରେ ନବରଙ୍ଗପୁର, କୋରାପୁଟ ଓ କନ୍ଧମାଳରେ ମଧ୍ୟ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହି ସମୟ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୁରଭଞ୍ଜ, ଅନୁଗୁଳ, ଢ଼େଙ୍କାନାଳ, କୋରାପୁଟ, କନ୍ଧମାଳ, ରାୟଗଡ଼ା, କଳାହାଣ୍ଡି ଓ ନବରଙ୍ଗପୁରରେ କାଳବୈଶାଖୀ ଆଶଙ୍କା ରହିଛି। ଏହି ଜିଲ୍ଲାଗୁଡ଼ିକୁ ମଧ୍ୟ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ସେହିପରି ୪ ରୁ ୫ ତାରିଖ ମଧ୍ୟରେ ନୂଆପଡ଼ା, ବଲାଙ୍ଗୀର, ସୁବର୍ଣ୍ଣପୁର, ବରଗଡ, ସମ୍ବଲପୁର, ଝାରସୁଗୁଡା, ସୁନ୍ଦରଗଡ, କେନ୍ଦୁଝର, ମୟୁରଭଞ୍ଜ ଓ ଦେବଗଡ ଜିଲ୍ଲାରେ ବର୍ଷା ସମ୍ଭାବନା ନେଇ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି।

Show More

Related Articles

Back to top button