Breaking PLUSଓଡ଼ିଶାମୁଖ୍ୟ ଖବରରାଜନୀତି
ଓଡ଼ିଶା ଭଳି ରାଜ୍ୟର ନେତା ନିଜ ମାଟିର ପୁଅ ହୁଅନ୍ତୁ- ଜୟଶଙ୍କର

ଭୁବନେଶ୍ୱର- ଓଡ଼ିଶା ଗସ୍ତରେ ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର। ଏହି ଅବସରରେ ଭୁବନେଶ୍ୱରରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେଇ ଶ୍ରୀ ଜୟଶଙ୍କର କହିଛନ୍ତି, ଓଡ଼ିଶା ପ୍ରାକୃତିକ ସମ୍ପଦ ଓ ପ୍ରତିଭାରେ ଭରପୂର ରହିଛି। କ’ଣ ନାହିଁ ଓଡ଼ିଶାରେ? କିନ୍ତୁ ଓଡ଼ିଶା ସେ ଅନୁପାତରେ ବିକଶିତ ହୋଇଛି କି? ଆଜିର ଓଡ଼ିଶାକୁ ଦେଖିଲେ ବିକାଶ ହୋଇଥିଲା ଭଳି ଲାଗୁଛି କି? ଓଡ଼ିଶାର କଳା ଓ ସଂସ୍କୃତି କେତେ ସମୃଦ୍ଧ, ତାହା କହିବା ଅନାବଶ୍ୟକ। କୋଣାର୍କ ଚକ୍ରକୁ ଜି-୨୦ରେ ସାମିଲ କରାଯିବା ତା’ର ନିଦର୍ଶନ। ଏତେ ସବୁ ଥାଉ ଥାଉ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କୋଣାର୍କ ଚକ୍ରକୁ କାହିଁକି ବାଛିଲେ? କଳା, ସଂସ୍କୃତି କ୍ଷେତ୍ରରେ ସମୃଦ୍ଧ ଓଡ଼ିଶା ନିଜ ନେତା ସୃଷ୍ଟି ପାଇଁ ସକ୍ଷମ। ଓଡ଼ିଶା ଭଳି ରାଜ୍ୟର ନେତା ନିଜ ମାଟିର ପୁଅ ହୁଅନ୍ତୁ। ଏଭଳି ସମୃଦ୍ଧ ରାଜ୍ୟକୁ ତା’ ମାଟିର ନେତା ପରିଚାଳନା କରିବା ଉଚିତ ବୋଲି ଜୟଶଙ୍କର କହିଛନ୍ତି।