ଓଡ଼ିଶାଜୀବନଚର୍ଯ୍ୟାଦେଶମୁଖ୍ୟ ଖବରସ୍ୱତନ୍ତ୍ର

ପୂର୍ବତନ ସାଂସଦ ଜୟନ୍ତୀ ପଟ୍ଟନାୟକଙ୍କ ଦେହାନ୍ତରେ ବିଶିଷ୍ଟ ବ୍ୟକ୍ତିଙ୍କ ଶୋକ ପ୍ରକାଶ

ଭୁବନେଶ୍ୱର : ଜୟନ୍ତୀ ପଟ୍ଟନାୟକଙ୍କ ଦେହାନ୍ତରେ ବହୁ ବିଶିଷ୍ଟ ବ୍ୟକ୍ତି ଶୋକପ୍ରକାଶ କରିଛନ୍ତି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସମେତ ବହୁ ଆଗ ଧାଡ଼ିର ନେତା ଜୟନ୍ତୀଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି। ଜୟନ୍ତୀଙ୍କ ଅମର ଆତ୍ମାର ସଦଗତି କାମନା କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ମଧ୍ୟ ଗଭୀର ଶୋକ ପ୍ରକାଶ କରିଛନ୍ତି । ଓଡ଼ିଶାର ସାରସ୍ୱତ ଜଗତ ତଥା ଜନଜୀବନକୁ ତାଙ୍କର ଅବଦାନ ଅବିସ୍ମରଣୀୟ ହୋଇ ରହିବ ବୋଲି ଟୁଇଟ୍ କରିଛନ୍ତି ରାଜ୍ୟପାଳ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକବ୍ୟକ୍ତ କରିବା ସହ ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇଛନ୍ତି । ଆନ୍ଧ୍ରପ୍ରଦେଶ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ ମଧ୍ୟ ଟୁଇଟ୍ କରିଛନ୍ତି ଯେ, ଜୟନ୍ତୀଙ୍କର ବିୟୋଗ ସମାଜସେବା ଓ ରାଜନୀତିରେ ଜଣେ ବିଶିଷ୍ଟ ନାରୀନେତ୍ରୀଙ୍କ ଶୂନ୍ୟସ୍ଥାନ ସୃଷ୍ଟି କରିଛି । ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ଟୁଇଟ୍ କରିଛନ୍ତି ଯେ, ଜାତୀୟ ମହିଳା କମିଶନର ପ୍ରଥମ ଅଧ୍ୟକ୍ଷା, ବିଶିଷ୍ଟ ନାରୀନେତ୍ରୀ, ପୂର୍ବତନ ମୁଖ୍ୟମନ୍ତ୍ରୀ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ଧର୍ମପତ୍ନୀ ତଥା ପୂର୍ବତନ ସାଂସଦ ଜୟନ୍ତୀ ପଟ୍ଟନାୟକଙ୍କ ବିୟୋଗ ଖବର ଶୁଣି ମୁଁ ଅତ୍ୟନ୍ତ ଦୁଃଖିତ। ଶୋକସନ୍ତପ୍ତ ପରିବାରବର୍ଗକୁ ସମବେଦନା ଜଣାଇବା ସହ ଅମର ଆତ୍ମାର ସଦଗତି କାମନା କରୁଛି ।

Show More

Related Articles

Back to top button