ଓଡ଼ିଶାବ୍ୟକ୍ତିତ୍ୱରାଜନୀତି

ଆଉ ନାହାଁନ୍ତି ପୂର୍ବତନ ସାଂସଦ ମୋହନ ଜେନା

ରାଜନୈତିକ ମାହୋଲରେ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି । ଆଉ ନାହାଁନ୍ତି ପୂର୍ବତନ ସାଂସଦ ମୋହନ ଜେନା । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୬୫ ବର୍ଷ ବୟସ ହୋଇଥିଲା । ସେ ଯାଜପୁରରୁ ୨ଥର ସାଂସଦ ଭାବେ ନିର୍ବାଚିତ ହୋଇଥିଲେ । ତାଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକ ପ୍ରକାଶ ପାଇଛି ।

ସୂଚନାମୁତାବକ ସେ ଓଡ଼ିଶାର ଯାଜପୁର ଲୋକ ସଭା ନିର୍ବାଚନ ମଣ୍ଡଳୀରୁ ଭାରତର ସଂସଦର ତଳ ସଦନ ଲୋକ ସଭାକୁ ନିର୍ବାଚିତ ହୋଇଥିଲେ । ସେ ବିଜୁ ଜନତା ଦଳର ଜଣେ ପ୍ରତିନିଧି ଭାବେ ୨୦୦୪ ଏବଂ ୨୦୦୯ରେ ବିଜେଡି ଟିକଟରୁ ଲୋକସଭାକୁ ଲଗାତାର ଦ୍ୱିତୀୟଥର ପାଇଁ ନିର୍ବାଚିତ ହୋଇଥିଲେ।

ମୋହନ ଜେନା ୧୪ ଜୁଲାଇ ୧୯୫୭ରେ ଓଡ଼ିଶାର ଯାଜପୁର ଜିଲ୍ଲାରେ ଜନ୍ମଗ୍ରହଣ କରିଥିଲେ । ଯଦି ଆମେ ତାଙ୍କ ରାଜନୈତିକ ଯାତ୍ରା ଉପରେ ନଜର ପକେଇବା ତେବେ ସେ ବାଣୀବିହାରର ଉତ୍କଳ ବିଶ୍ୱବିଦ୍ୟାଳୟରୁ ସମାଜ ବିଜ୍ଞାନରେ ସ୍ନାତକୋତ୍ତର ଶେଷ କରିବାପରେ ରାଜନୀତିରେ ଯୋଗ ଦେଇଥିଲେ । ସେ ୧୯୯୨ରୁ ୧୯୯୪ ପର୍ଯ୍ୟନ୍ତ ଓଡ଼ିଶା ଯୁବ ଜନତା ଦଳର ସାଧାରଣ ସମ୍ପାଦକ ଥିଲେ ଏବଂ ପରେ ୧୯୯୪ରୁ ୧୯୯୮ ପର୍ଯ୍ୟନ୍ତ ଜନତା ଦଳର ସମ୍ପାଦକ ଭାବରେ କାର୍ଯ୍ୟ କରିଥିଲେ । ୨୦୧୯ ମାର୍ଚ୍ଚ ୨୭ରେ ସେ ବିଜେଡିରୁ ଇସ୍ତଫା ଦେଇଥିଲେ ।

Show More

Related Articles

Back to top button