Breaking PLUSଦେଶ ବିଦେଶମୁଖ୍ୟ ଖବରରାଜନୀତି

ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ପରଲୋକ; ସମଗ୍ର ଦେଶରେ ଶୋକରଛାୟା

ଦେଶର ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ପରଲୋକ ଘଟିଛି। ମୃତ୍ୟୁ ସମୟରେ ପ୍ରଣବ ମୁଖାର୍ଜୀଙ୍କୁ ୮୪ ବର୍ଷ ହୋଇଥିଲା। ଏ ନେଇ ପ୍ରଣବ ମୁଖାର୍ଜୀଙ୍କ ପୁଅ ଅଭିଜିତ ମୁଖାର୍ଜୀ ଟ୍ୱିଟ୍ କରି ସୂଚନା ଦେଇଛନ୍ତି।

ନୂଆଦିଲ୍ଲୀ : ଦେଶର ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ପରଲୋକ ଘଟିଛି। ମୃତ୍ୟୁ ସମୟରେ ପ୍ରଣବ ମୁଖାର୍ଜୀଙ୍କୁ ୮୪ ବର୍ଷ ହୋଇଥିଲା। ଏ ନେଇ ପ୍ରଣବ ମୁଖାର୍ଜୀଙ୍କ ପୁଅ ଅଭିଜିତ ମୁଖାର୍ଜୀ ଟ୍ୱିଟ୍ କରି ସୂଚନା ଦେଇଛନ୍ତି। ଦିଲ୍ଲୀସ୍ଥିତ ଏକ ଡାକ୍ତରଖାନାରେ ତାଙ୍କର ମୃତ୍ୟୁ ଘଟିଛି।
ଦେଶର ୧୩ତମ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କୁ ୨୦୧୯ରେ ଦେଶର ସର୍ବୋଚ୍ଚ ବେସାମରିକ ସମ୍ମାନ ‘ଭାରତ ରତ୍ନ’ରେ ସମ୍ମାନିତ କରାଯାଇଥିଲା । ୨୦୧୨ରୁ ୨୦୧୭ ପର୍ଯ୍ୟନ୍ତ ଭାରତର ରାଷ୍ଟ୍ରପତି ରହିଥିବା ପ୍ରଣବ ମୁଖାର୍ଜୀ କଂଗ୍ରେସର ଜଣେ ବରିଷ୍ଠ ନେତା ଏବଂ କେନ୍ଦ୍ରରେ କଂଗ୍ରେସ ସରକାରରେ ସେ ଅର୍ଥମନ୍ତ୍ରୀ, ପ୍ରତିରକ୍ଷା ମନ୍ତ୍ରୀ ଏବଂ ବୈଦେଶିକ ମନ୍ତ୍ରୀ ଭଳି ବହୁ ଗୁରୁତ୍ବପୂର୍ଣ୍ଣ ପଦବୀରେ କାର୍ଯ୍ୟ କରିଛନ୍ତି।
ସୂଚନାଯୋଗ୍ୟ ଯେ, ଅଗଷ୍ଟ ୧୦ରେ ପ୍ରଣବ ମୁଖାର୍ଜୀ ରାଜାଜୀ ମାର୍ଗସ୍ଥିତ ତାଙ୍କ ବାସଭବନରେ ପଡ଼ିଯାଇଥିଲେ। ଚିକିତ୍ସା ନିମନ୍ତେ ତାଙ୍କୁ ନୂଆ ଦିଲ୍ଲୀସ୍ଥିତ ଆର୍ମି ହସ୍‌ପିଟାଲ୍‌ରେ ଭର୍ତ୍ତି କରାଯାଇଥିଲା। ପଡ଼ିବା ଯୋଗୁଁ ତାଙ୍କ ମସ୍ତିଷ୍କରେ ରକ୍ତ ଜମାଟ ବାନ୍ଧିଯାଇଥିଲା। ରକ୍ତ ଟେଳାଟିକୁ ବାହାର କରିବାକୁ ମସ୍ତିଷ୍କରେ ଜଟିଳ ଅସ୍ତ୍ରୋପଚାର କରିବାକୁ ପଡ଼ିଥିଲା।

Show More

Related Articles

Back to top button