Breaking PLUSଦେଶ ବିଦେଶମୁଖ୍ୟ ଖବର

କରୋନାରେ ରାଜସ୍ଥାନର ପୂର୍ବତନ ମୁଖ୍ୟମନ୍ତ୍ରୀ ଜଗନ୍ନାଥ ପହାଡିଆଙ୍କ ପରଲୋକ

ରାଜସ୍ଥାନର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ଜଗନ୍ନାଥ ପହାଡିଆ କରୋନାରେ ସଂକ୍ରମିତ ହୋଇ ମୃତ୍ୟୁବରଣ କରିଛନ୍ତି । ମୃତ୍ୟୁ ବେଳକୁ ତାଙ୍କୁ ୮୯ ବର୍ଷ ବୟସ ହୋଇଥିଲା । ଗତକାଲି ଗୁରୁଗାଁର ଏକ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି ଜଗନ୍ନାଥ ପହାଡିଆ ।

ରାଜସ୍ଥାନର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ଜଗନ୍ନାଥ ପହାଡିଆ କରୋନାରେ ସଂକ୍ରମିତ ହୋଇ ମୃତ୍ୟୁବରଣ କରିଛନ୍ତି । ମୃତ୍ୟୁ ବେଳକୁ ତାଙ୍କୁ ୮୯ ବର୍ଷ ବୟସ ହୋଇଥିଲା । ଗତକାଲି ଗୁରୁଗାଁଓର ଏକ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି ଜଗନ୍ନାଥ ପହାଡିଆ । ତାଙ୍କ ବିୟୋଗରେ ରାଜସ୍ଥାନରେ ଶୋକର ଛାୟା । ରାଷ୍ଟ୍ରୀୟ ମର୍ୟାଦା ସହ ଶେଷକୃତ୍ୟ ସମ୍ପନ୍ନ କରାଯିବ । ରାଜ୍ୟରେ ଦିନିକିଆ ଶୋକ ପାଳନ କରାଯାଉଛି । ଗଭୀର ଶୋକପ୍ରକାଶ କରିବା ପହାଡିଆଙ୍କ ଦେହାନ୍ତ ତାଙ୍କ ପାଇଁ ବ୍ୟକ୍ତିଗତ କ୍ଷତି ବୋଲି ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ୍ କହିଛନ୍ତି । ସେହିପରି ଜଗନ୍ନାଥ ପହାଡିଆଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ରାଜସ୍ଥାନର ପ୍ରଥମ ଦଳିତ ମୁଖ୍ୟମନ୍ତ୍ରୀ ଥିଲେ ଜଗନ୍ନାଥ ପହାଡିଆ । ୧୩ ମାସ ସେ ମୁଖ୍ୟମନ୍ତ୍ରୀ ଦାୟିତ୍ୱ ତୁଲାଇଥିଲେ । ଏହାସହ ସେ ବିହାର ଓ ହରିୟାଣାର ରାଜ୍ୟପାଳ ବି ଥିଲେ । ଚାରି ଚାରି ଥର ସାଂସଦ ଓ ବିଧାୟକ ଥିଲେ ଜଗନ୍ନାଥ ପହାଡିଆ ।

Show More

Related Articles

Back to top button