Breaking PLUSଓଡ଼ିଶାମୁଖ୍ୟ ଖବରରାଜନୀତି

ପୂର୍ବତନ ବାଚସ୍ପତି ମହେଶ୍ୱର ମହାନ୍ତିଙ୍କ ପରଲୋକ, ବିଧାନସଭା ପରିସରରେ ଦିଆଗଲା ଗାର୍ଡ ଅଫ୍ ଅନର

ଶଙ୍ଖଭବନରେ ଶେଷଦର୍ଶନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର , 7 ନଭେମ୍ବର – ପୂର୍ବତନ ବାଚସ୍ପତି ମହେଶ୍ୱର ମହାନ୍ତି ବିୟୋଗ । ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ୬୭ ବର୍ଷ ବୟସରେ ପରଲୋକ ଘଟିଛି । ମହେଶ୍ୱରଙ୍କ ବିୟୋଗରେ ବିଭିନ୍ନ ମହଲରୁ ଶୋକପ୍ରକାଶ କରିଛି । ଘରୋଇ ହସ୍ପିଟାଲରୁ ମହେଶ୍ୱରଙ୍କ ପାର୍ଥିବ ଶରୀରକୁ ଉଭୟ ଶଙ୍ଖଭବନ ଓ ବିଧାନସଭା ପରିସରକୁ ନିଆଯାଇଥିଲା । ବିଧାନସଭା ପରିସରରେ ତାଙ୍କୁ ଗାର୍ଡ ଅଫ୍ ଅନର ଦିଆଯାଇଥିଲା । ସେହିପରି ଶଙ୍ଖଭବନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କର ଶେଷଦର୍ଶନ କରିବା ସହ ପୁଷ୍ପମାଲ୍ୟ ଦେଖି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ।

ଚିକିତ୍ସାଧୀନ ଅବସ୍ଥାରେ ଆଜି ଭୋର ୩ଟା ୨୫ରେ ଶେଷ ନିଶ୍ବାସ ତ୍ୟାଗ କରିଥିଲେ ମହେଶ୍ୱର। ଏହାପରେ ହସ୍ପିଟାଲରୁ ତାଙ୍କର ପାର୍ଥିବ ଶରୀରକୁ ଶଙ୍ଖଭବନ ଓ ବିଧାନସଭା ପରିସରକୁ ନିଆଯାଇଥିଲା । ବିଜେଡି କାର୍ଯ୍ୟାଳୟ ଶଙ୍ଖ ଭବନରେ ତାଙ୍କର ପାର୍ଥିବ ଶରୀରକୁ ନିଆଯାଇଥିଲା । ଶଙ୍ଖ ଭବନରେ ତାଙ୍କ ଶେଷଦର୍ଶନ କରିଥିଲେ ମୁଖ୍ୟମନ୍ତ୍ରୀ । ତାଙ୍କର ପାର୍ଥିବ ଶରୀରରେ ପୁଷ୍ପଗୁଚ୍ଛ ଦେଇ ଦିବଙ୍ଗତ ନେତାଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଜଣାଇବା ସହ ଲୋକଙ୍କ କଲ୍ୟାଣ ପାଇଁ ଜନପ୍ରତିନିଧି ଭାବେ ତାଙ୍କ ଅବଦାନକୁ ମୁଖ୍ୟମନ୍ତ୍ରୀ ମନେ ପକାଇଛଥିଲେ । ଅନ୍ୟ ନେତୃବୃନ୍ଦ ଶେଷ ଦର୍ଶନ କରି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଶଙ୍ଖଭବନରେ ବିଜେଡି ସାଧାରଣ ସଂପାଦକ ପ୍ରଣବ ପ୍ରକାଶ ଦାସ, ବିଧାୟକ ଦେବୀ ପ୍ରସାଦ ମିଶ୍ର, ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ, ଅଶୋକ ଚନ୍ଦ୍ର ପଣ୍ଡା, ତୁଷାରକାନ୍ତି ବେହେରା, ପୂର୍ବତନ ମନ୍ତ୍ରୀ ସମୀରରଂଜନ ଦାଶ, ବିଧାୟକ ରୁଦ୍ର ମହାରଥୀ, ପ୍ରଣବ ବଳବନ୍ତରାୟ, ସୁଶାନ୍ତ ରାଉତ ଓ ଅନନ୍ତ ନାରାୟଣ ଜେନା ପ୍ରମୁଖ ମହେଶ୍ୱର ମହାନ୍ତିଙ୍କ ଶେଷ ଦର୍ଶନ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।ବିଧାନସଭା ପରିସରରେ ସେଠାରେ ତାଙ୍କୁ ଗାର୍ଡ ଅଫ ଅନର ଦିଆଯାଇଥିଲା । ବିଭିନ୍ନ ଦଳର ନେତା ମାନେ ସେଠାରୁ ତାଙ୍କୁ ଶେଷ ଦର୍ଶନ କରିଥିଲେ । ଏହାପରେ ତାଙ୍କ ମରଶରୀରକୁ ପୁରୀ ନିଆଯାଇଛି । ପୁରୀ ସ୍ବର୍ଗଦ୍ଵାରରେ ଆଜି ତାଙ୍କର ଶେଷ କୃତ୍ୟ ସଂପନ୍ନ ହେବ।

Show More

Related Articles

Back to top button