ଦେଶବ୍ୟକ୍ତିତ୍ୱସ୍ୱାସ୍ଥ୍ୟ

ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ମୁଲାୟମ ସିଂ ଯାଦବଙ୍କ ବିଗିଡିଲା ସ୍ୱାସ୍ଥ୍ୟବସ୍ଥା,ICUରେ ଭର୍ତ୍ତି

ମୁଲାୟମ ସିଂ ଯାଦବଙ୍କ ବିଗିଡିଲା ସ୍ୱାସ୍ଥ୍ୟବସ୍ଥା । ହଠାତ୍ ବିଗିଡି ଯାଇଛି ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ସମାଜବାଦୀ ପାର୍ଟି ସୁପ୍ରିମୋ ମୁଲାୟମ ସିଂ ଯାଦବଙ୍କ ସ୍ୱାସ୍ଥ୍ୟ।ତାଙ୍କୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବାବେଳେ ଆଇସିୟୁକୁ ସ୍ଥାନାନ୍ତର କରାଯାଇଛି । ଏହି ଖବର ପାଇ ତାଙ୍କ ପୁଅ ଅଖିଳେଶ ଯାଦବ ଲଖନଉରୁ ଦିଲ୍ଲୀ ଅଭିମୁଖେ ଯାଇଛନ୍ତି।

ସୂଚନାଯୋଗ୍ୟ, ଗତ ବର୍ଷ ମଧ୍ୟ ପେଟ ଯନ୍ତ୍ରଣା ହେତୁ ତାଙ୍କୁ ମେଦାନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଗତ ବର୍ଷ ପେଟ ଜନିତ ସମସ୍ୟା ହେତୁ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ପେଟରେ ଯନ୍ତ୍ରଣା ହେବାରୁ ତାଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଥିଲା । ଆଉ ପରୀକ୍ଷାରୁ ଜଣାପଡିଥିଲା ଯେ ଅନ୍ତନଳୀରେ ସମସ୍ୟା ଥିଲା । ଏହାପରେ ଅନ୍ତନଳୀକୁ ସଫା କରିବା ପାଇଁ କଲୋନୋସ୍କୋପି କରାଯାଇଥିଲା। ଏହା ପରେ ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ସୁଧୁରିବା ସହ ଡାକ୍ତରଖାନାରୁ ଡିସଚାର୍ଜ ହୋଇଥିଲେ।

Show More

Related Articles

Back to top button