Breaking PLUSଓଡ଼ିଶାପାଣିପାଗମୁଖ୍ୟ ଖବର

ଆସନ୍ତା ମଙ୍ଗଳବାରଠୁ ରାଜ୍ୟରେ ବଢିବ ବର୍ଷା

୯ ଜିଲ୍ଲାରେ ପ୍ରବଳ ଛେଚିବ

ରାଜ୍ୟର ବିଭିନ୍ନ ସ୍ଥାନରେ ସୋମବାରଠୁ ବର୍ଷା ଆରମ୍ଭ ହୋଇଛି । ପଶ୍ଚିମରେ ଠାଏ ଠାଏ ବର୍ଷା ହୋଇଛି । ସୁନ୍ଦରଗଡ଼, ବଲାଙ୍ଗୀର ଓ ସୋନପୁରରେ ସ୍ୱଳ୍ପ ପରିମାଣରେ ବର୍ଷିଛି । ତେବେ ମଙ୍ଗଳବାରଠାରୁ ରାଜ୍ୟରେ ବର୍ଷା ପରିମାଣ ବଢ଼ିବ । ବରଗଡ଼, ସମ୍ବଲପୁର, ଦେବଗଡ଼ ଓ ସୋନପୁର ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ସେହିଭଳି ୯ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ଆଶଙ୍କା ରହିଛି । ସୁନ୍ଦରଗଡ଼ର ବରଗାଁ ଷ୍ଟେସନରେ ୨.୪ ମିଲିମିଟର ବର୍ଷା ରେକର୍ଡ ହୋଇଛି । ସୁନ୍ଦରଗଡ଼ରେ ୨.୧, ଖପ୍ରାଖୋଲରେ ୨ ଓ ସୋନପୁରର ଡୁଙ୍ଗୁରୁପାଲିରେ ୨ମିଲିମିଟର ବର୍ଷା ରେକର୍ଡ ହୋଇଛି । ମଙ୍ଗଳବାର ରାଜ୍ୟତମାମ ବର୍ଷା ହୋଇପାରେ । ଝାରସୁଗୁଡ଼ା, ସୁନ୍ଦରଗଡ଼, ରାୟଗଡ଼ା, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜରେ ଅଧିକ ପରିମାଣରେ ବର୍ଷା ହୋଇପାରେ । ଏଥିପାଇଁ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି । ଏ ସବୁ ଜିଲ୍ଲାରେ ୱାଇଡ୍‌ ସ୍ପ୍ରେଡ୍‌ ବା ଅଧିକ ପରିମାଣରେ ବର୍ଷା ହେବ ।

ସେହିଭଳି ୧୨ ତାରିଖରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ନବରଙ୍ଗପୁର, ମାଲକାନଗିରି ଓ କୋରାପୁଟ ଜିଲ୍ଲାରେ ମଧ୍ୟ ମଧ୍ୟମ ଧରଣର ବର୍ଷା ହୋଇପାରେ । ଏସବୁ ଜିଲ୍ଲାରେ ଫେୟାରଲି ୱାଇଡ୍‌ ସ୍ପ୍ରେଡ୍‌ ବା ୫୧ରୁ ୭୫% ବର୍ଷା ହୋଇପାରେ ବୋଲି ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଏ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୧୩ ତାରିଖରେ କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ନୂଆପଡ଼ା, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, କଟକ, ନୟାଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡ଼ାରେ ଅଧିକ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।

Show More

Related Articles

Back to top button