Breaking PLUSଓଡ଼ିଶାମୁଖ୍ୟ ଖବର

ମେ ୧୫ରୁ ୨୫ ପର୍ଯ୍ୟନ୍ତ ବିଭିନ୍ନ ବିଭାଗର କାର୍ଯ୍ୟ ସମୀକ୍ଷା କରିବେ ନବୀନ

ଆସନ୍ତା ମେ' ୨୯ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ଗଠିତ ବିଜେଡି ସରକାର ପଞ୍ଚମ ପାଳିର ଦ୍ୱିତୀୟ ବର୍ଷ ପୂରଣ କରିବାକୁ ଯାଉଛି। ଏହି ପରିପ୍ରେକ୍ଷୀରେ ମନ୍ତ୍ରୀମାନେ ନିଜ ବିଭାଗର ବର୍ଷକ କାର୍ଯ୍ୟର ହିସାବ ଦେବେ। ଲୋକଙ୍କୁ ଦିଆଯାଇଥିବା ପ୍ରତିଶ୍ରୁତି କେତେ ପାଳନ କରାଯାଇଛି, ସରକାରଙ୍କ କେଉଁ ବିଭାଗ କେତେ ସଫଳ ହୋଇଛି ସେ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ସମୀକ୍ଷା କରିବେ

ଆସନ୍ତା ମେ’ ୨୯ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ଗଠିତ ବିଜେଡି ସରକାର ପଞ୍ଚମ ପାଳିର ଦ୍ୱିତୀୟ ବର୍ଷ ପୂରଣ କରିବାକୁ ଯାଉଛି। ଏହି ପରିପ୍ରେକ୍ଷୀରେ ମନ୍ତ୍ରୀମାନେ ନିଜ ବିଭାଗର ବର୍ଷକ କାର୍ଯ୍ୟର ହିସାବ ଦେବେ। ଲୋକଙ୍କୁ ଦିଆଯାଇଥିବା ପ୍ରତିଶ୍ରୁତି କେତେ ପାଳନ କରାଯାଇଛି, ସରକାରଙ୍କ କେଉଁ ବିଭାଗ କେତେ ସଫଳ ହୋଇଛି ସେ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ସମୀକ୍ଷା କରିବେ। ଆସନ୍ତା ମେ’ ୧୫ରୁ ୨୫ ଯାଏ ଏହି ସମୀକ୍ଷା ହେବ। ଶନିବାର ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ତାଙ୍କ ମନ୍ତ୍ରୀ ପରିଷଦର ସଦସ୍ୟମାନଙ୍କୁ ବ୍ୟକ୍ତିଗତ ଭାବେ ଚିଠି ଲେଖି ଏହା ଜଣାଇଛନ୍ତି। ସଚିବମାନଙ୍କ ଉପସ୍ଥିତିରେ ମନ୍ତ୍ରୀମାନେ ସେମାନଙ୍କ ବିଭାଗ ଦ୍ୱାରା କାର୍ଯ୍ୟକାରୀ କରାଯାଉଥିବା ୫-ଟି ପ୍ରମୁଖ କାର୍ଯ୍ୟକ୍ରମର ସଫଳତା ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇବେ। ଏଥିସହିତ ୫-ଟି ଓ ‘ମୋ ସରକାର’ କାର୍ଯ୍ୟକ୍ରମ ସେମାନଙ୍କ ବିଭାଗରେ କିଭଳି କାର୍ଯ୍ୟକାରୀ କରାଯାଉଛି ଓ ଏହା ସେମାନଙ୍କ ବିଭାଗର କାର୍ଯ୍ୟଧାରାରେ କିଭଳି ଉନ୍ନତି ଆଣିଛି, ବିଭାଗକୁ କେତେ ଲୋକାଭିମୁଖୀ କରିପାରିଛି ସେ ସମ୍ପର୍କରେ ମଧ୍ୟ ମନ୍ତ୍ରୀମାନେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିବେ।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଗଣତନ୍ତ୍ରରେ ଜନତା ହେଉଛନ୍ତି ମାଲିକ। ତେଣୁ ଗଣତନ୍ତ୍ରରେ ଉତ୍ତରଦାୟିତ୍ୱ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ। ଓଡ଼ିଶାର ସାଢ଼େ ୪ କୋଟି ଜନତା ଯେଉଁ ଦାୟିତ୍ୱ ଦେଇଛନ୍ତି, ଯେଉଁ ପ୍ରତିଶ୍ରୁତି ଆମେ ଲୋକଙ୍କୁ ଦେଇଛୁ, ତାକୁ ପାଳନ କରିବା ଦିଗରେ କେତେଦୂର ଆମେ ସଫଳ ହୋଇଛୁ ତା’ର ହିସାବ ଲୋକଙ୍କୁ ଦେବାକୁ ହେବ। ଏହା ଗଣତନ୍ତ୍ରର ମର୍ଯ୍ୟାଦା ବୃଦ୍ଧିକରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ସୂଚନାଯୋଗ୍ୟ ଯେ ୨୦୧୯ ମେ’ ୨୯ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ଗଠିତ ସରକାର ତା’ର ପ୍ରଥମ ବୈଠକରେ ଦଳର ନିର୍ବାଚନ ଇସ୍ତାହାରକୁ କାର୍ଯ୍ୟକାରୀ କରିବା ପାଇଁ ନୀତିଗତ ନିଷ୍ପତ୍ତି ନେଇଥିଲେ। ଆଗାମୀ ମେ’ ୨୯ରେ ମନ୍ତ୍ରୀ ପରିଷଦର ସ୍ବତନ୍ତ୍ର ବୈଠକରେ ବିଭିନ୍ନ ବିଭାଗର ସଫଳତା ଉପସ୍ଥାପନ କରାଯାଇ ଲୋକଙ୍କୁ ଅବଗତ କରାଯିବ। ୨୦୧୪ ନିର୍ବାଚନ ପରେ ମଧ୍ୟ ଦଳର ଇସ୍ତାହାରକୁ କାର୍ଯ୍ୟକାରୀ କରିବା ପାଇଁ ମନ୍ତ୍ରୀ ପରିଷଦ ନୀତିଗତ ନିଷ୍ପତ୍ତି ନେଇଥିଲା।

Show More

Related Articles

Back to top button