Breaking PLUSପାଣିପାଗମୁଖ୍ୟ ଖବର

୫ରୁ ୮ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀମାନଙ୍କୁ ସମୁନ୍ଦ୍ର ଯିବା ମନା

ଆସନ୍ତା ୬ ତାରିଖ ସୁଦ୍ଧା ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ ।

ଭୁବନେଶ୍ୱର : ବାତ୍ୟା ଆସାନୀକୁ ନେଇ ଅଶାନ୍ତ ହେଉଛି ଦକ୍ଷିଣ ଆଣ୍ଡାମାନ ସାଗର। ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ବୁଧବାର ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ପରେ ଏହା ଅଧିକ ଘନୀଭୂତ ହୋଇ ଅବପାତରେ ପରିଣତ ହେବ। ଆଜି ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୬ ତାରିଖ ବେଳକୁ ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ସାଧାରଣତଃ ମେ’ ମାସରେ ଅଧିକ ବାତ୍ୟାର ଆଶଙ୍କା ଥାଏ । ପ୍ରାକ୍‌ ମୌସୁମୀ ପରିବେଶ ବାତ୍ୟା ପାଇଁ ଅନୁକୂଳ ରହିଛି। ଆଣ୍ଡାମାନ ସାଗର ନିକଟସ୍ଥ ଦକ୍ଷିଣପୂର୍ବ ବଙ୍ଗୋପସାଗର ଓ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳର ମତ୍ସ୍ୟଜୀବୀମାନଙ୍କୁ ଆସନ୍ତା ୫ରୁ ୮ ତାରିଖ ପର୍ଯ୍ୟନ୍ତ ସମୁଦ୍ର ମଧ୍ୟକୁ ଯିବା ପାଇଁ ବାରଣ କରାଯାଇଛି।

Show More

Related Articles

Back to top button