Breaking PLUSଓଡ଼ିଶାପାଣିପାଗ

ଗୁରୁବାରଠୁ ଏହି ସବୁ ଜିଲ୍ଲାରେ ଦୁଇ ଦିନ ବର୍ଷା

ୟେଲୋ ୱାର୍ଣ୍ଣିଂ ଜାରି

କାଲିଠାରୁ ଦୁଇ ଦିନ ବର୍ଷିବ । ଜାରି ହେଲା ୟେଲୋ ୱାର୍ଣ୍ଣିଂ । ଗୁରୁବାର ଠାରୁ ଦୁଇ ଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ବଙ୍ଗୋପସାଗର ମଧ୍ୟରୁ ମାତ୍ରାଧିକ ଉଷ୍ମ ଜଳୀୟ ବାଷ୍ପର ପ୍ରଭାବରେ ଗୁରୁବାର ଓ ଶୁକ୍ରବାର ଓଡ଼ିଶାରେ କିଛି ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ହୋଇପାରେ । କିଛି ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ କୁଆପଥର ବର୍ଷା ହୋଇପାରେ ।

ପାଣିପାଗ ବିଭାଗ ଅନୁଯାୟୀ, ରାଜ୍ୟର ସୋନପୁର, ବଲାଙ୍ଗିର, ନୂଆପଡ଼ା, ବୌଦ୍ଧ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ସ୍ଵଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏହାଛଡ଼ା ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ କିଛି କିଛି ସ୍ଥାନ ମଧ୍ୟ ବର୍ଷା ହୋଇପାରେ । ବରଗଡ଼, ଝାରସୁଗୁଡ଼ା, ସମ୍ୱଲପୁର, ସୁନ୍ଦରଗଡ଼, ଦେବଗଡ଼, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ବିଜୁଳି ଘଡଘଡ଼ି ସହ ବର୍ଷା ହେବାରେ ସମ୍ଭାବନା ଥିବାରୁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Show More

Related Articles

Back to top button