ଓଡ଼ିଶାଦେଶପାଣିପାଗମୁଖ୍ୟ ଖବର

ଆଜିଠୁ ରାଜ୍ୟରେ ପାଗରେ ହେବ ପରିବର୍ତ୍ତନ, କମିବ ବର୍ଷା

ଭୁବନେଶ୍ୱର : ଆଜିଠୁ ପାଗରେ ହେବ ପରିବର୍ତ୍ତନ । ଆଜିଠୁ ହ୍ରାସ ପାଇବ ରାଜ୍ୟରେ ସକ୍ରିୟ ଥିବା ଘୂର୍ଣ୍ଣିବଳୟର ପ୍ରଭାବ। ଫଳରେ ରାଜ୍ୟରେ ଲାଗି ରହିଥିବା ବର୍ଷାରେ ଲାଗିବ ସାମାନ୍ୟ ବିରାମ। ପାଗ ବଦଳିବା ସହ ତାପମାତ୍ରା ଧୀରେଧୀରେ ବୃଦ୍ଧି ପାଇବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। କେନ୍ଦ୍ର ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ, ଘୂର୍ଣ୍ଣିବଳୟ ପ୍ରଭାବ କମିବାର ଥିଲେ ହେଁ  ଆଜି ଉତ୍ତର ଓଡ଼ିଶାରେ କିଛି ସ୍ଥାନରେ ହାଲକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି କେନ୍ଦୁଝର ଓ ଝାରସୁଗୁଡ଼ାରେ ପ୍ରବଳ ବର୍ଷାର ମଧ୍ୟ ଆଶଙ୍କା ରହିଛି। ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଏଚ୍ଆର୍ ବିଶ୍ୱାସ କହିଛନ୍ତି, ୨୬ତାରିଖରେ ରାଜ୍ୟରେ ବିଶେଷ ବର୍ଷା ହେବାର ସମ୍ଭାବନା ନାହିଁ। କାଁଭାଁ କିଛି ସ୍ଥାନରେ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ସେ ସୂଚନା ଦେଇଛନ୍ତି। ସେହିପରି ୨୭ ତାରିଖରେ କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ।  ୨୮ ତାରିଖରେ କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ତେବେ ଅଧିକାଂଶ ସ୍ଥାନରେ ପାଗ ଶୁଖିଲା ରହିବ। ଦିନର ତାପାମାତ୍ରା ମଧ୍ୟ ଧୀରେଧୀରେ ବଢ଼ିବ ବୋଲି ସେ ସୂଚନା ଦେଇଛନ୍ତି ।

Show More

Related Articles

Back to top button