Breaking PLUSଓଡ଼ିଶାଦେଶ ବିଦେଶମୁଖ୍ୟ ଖବର

ଆଜିଠୁ ୨ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

ଆଜିଠୁ ୨ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । ଆଜି ରାତିରେ ଭୁବନେଶ୍ୱରରେ ପହଞ୍ଚିବେ ।

ଭୁବନେଶ୍ୱର ବିମାନ ବନ୍ଦରରେ ରାତି ୧୦ ଟାରେ ସେ ପହଞ୍ଚିବାର କାର୍ଯ୍ୟକ୍ରମ ରହିଛି। ଆସନ୍ତାକାଲି ସକାଳୁ ଲିଙ୍ଗରାଜଙ୍କ ଦର୍ଶନ କରିବେ । କଟକରେ ଅମୃତ ମହୋତ୍ସବ ଅବସରରେ ସୁବାଷ ଚନ୍ଦ୍ର ବୋଷଙ୍କ ପ୍ରତିମୂର୍ତ୍ତିରେ ମଲ୍ୟାର୍ପଣ କରିବା ସହ ଜନ୍ମ ସ୍ଥାନ ପରିଦର୍ଶନ କରିବେ। ୮ ତାରିଖ ପୂର୍ବାହ୍ନରେ କଟକର ଇନଡୋର୍ ଷ୍ଟାଡିୟମରେ ହେବାକୁ ଥିବା ଦୈନିକ ଖବର କାଗଜ ପ୍ରଜାତନ୍ତ୍ରର ୭୫ ତମ ସ୍ୱନକ୍ଷତ୍ର ଦିବସରେ ଯୋଗଦେବେ କେନ୍ଦ୍ର ଗୃହମନ୍ତ୍ରୀ ।

ଏହା ପରେ ରାଜ୍ୟ ବିଜେପି କାର୍ଯ୍ୟାଳୟରେ ରାଜନୈତିକ କାର୍ଯ୍ୟକ୍ରମରେ ଯୋଗଦେବେ । ଅପରାହ୍ନରେ ମୋଦି@20 ଡିଜିଟାଲ ଇଣ୍ଡିଆର ଉନ୍ମୋଚନ କରିବେ। ଆସନ୍ତାକାଲି ସନ୍ଧ୍ୟାରେ ଓଡିଶା ଛାଡିବେ ବୋଲି ପ୍ରେସମିଟ୍ ରେ ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ସଭାପତି ସମୀର ମହାନ୍ତି।

Show More

Related Articles

Back to top button