Breaking PLUSଓଡ଼ିଶାଦେଶମୁଖ୍ୟ ଖବରସ୍ୱତନ୍ତ୍ର

ସବୁଠି ଚାଲିଛି ବିଘ୍ନ ବିନାଶକଙ୍କ ପୂଜାର୍ଚ୍ଚନା

ଆଜି ଭାଦ୍ରବ ମାସର ଶୁକ୍ଳପକ୍ଷ ଚତୁର୍ଥୀ ତିଥି । ପବିତ୍ର ଗଣେଶ ଚତୁର୍ଥୀ । ସବୁଠି ଚାଲିଛି ବିଘ୍ନ ବିନାଶକଙ୍କ ପୂଜା । ସବୁଠି ଧୁମ୍‌ଧାମରେ ପାଳନ ହେଉଛି ଗଣେଶ ପୂଜା । ଏନେଇ ସବୁଠି ଉତ୍ସବର ମାହୋଲ । ଗାଁରୁ ସହର, ସବୁଠି ଉତ୍ସାହର ସହିତ ଗଣପତିଙ୍କ ଆଗମନକୁ ଅପେକ୍ଷା କରିଛନ୍ତି ଲୋକେ । ଶିକ୍ଷାନୁଷ୍ଠାନରେ ମଧ୍ୟ ଆରାଧନା କରିବେ ଛାତ୍ରଛାତ୍ରୀ। ମୁଖ୍ୟତଃ ମହାରାଷ୍ଟ୍ରରେ ଏହି ଦିନକୁ ବେଶ୍ ଧୂମଧାମରେ ପାଳନ କରାଯାଏ । ସେହିପରି ଦେଶର ଅନ୍ୟାନ୍ୟ ପ୍ରଦେଶରେ ମଧ୍ୟ ବଡ଼ ଉତ୍ସାହ ସହ ଗଣେଶ ପୂଜା ପାଳନ କରାଯାଏ ।

ଅଗ୍ରପୂଜ୍ୟ, ଗଜାନନ, ପାର୍ବତୀ ନନ୍ଦନ, ନାଁ ଅନେକ କିନ୍ତୁ ରୂପ ଏକ । ଗଣପତିଙ୍କ ଆରାଧନା ପାଇଁ ସାରା ଦେଶରେ ବ୍ୟାପକ ପ୍ରସ୍ତୁତି । ବିଭିନ୍ନ ଶିକ୍ଷାନୁଷ୍ଠାନ ସହ ପୂଜା ମଣ୍ଡପ ଗୁଡିକୁ ଏଥିପାଇଁ ଆକର୍ଷଣୀୟ ଢଙ୍ଗରେ ସଜାଯାଇଛି। ଗଣେଶ ପୂଜାକୁ ନେଇ ଉତ୍ସବମୁଖର ପରିବେଶ । ଅନୁଗୁଳର ତାଳଚେର, ଭୁବନେଶ୍ୱର,କଟକ, ରାଉରକେଲା ସମେତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବଡ଼ ବଡ଼ ମେଢ଼ ଓ ତୋରଣ ନିର୍ମାଣ ହୋଇଛି ।

ଗଣେଶ ପ୍ରଥମ ପୂଜ୍ୟ ଦେବତା ହୋଇଥିବାରୁ ହିନ୍ଦୁ ଧର୍ମରେ ପ୍ରତ୍ୟେକ ଶୁଭକାର୍ଯ୍ୟର ଆରମ୍ଭ ଗଣେଶଙ୍କ ପୂଜାଠୁ ଆରମ୍ଭ ହୋଇଥାଏ । ଆଲୋକମାଳା ମଣ୍ଡିତ ତୋରଣରେ ସୁସଜ୍ଜିତ ମଣ୍ଡପ ଗୁଡ଼ିକ ଆକର୍ଷକ ହୋଇଥାନ୍ତି । ଘରଠୁ ଆରମ୍ଭ କରି ବିଭିନ୍ନ କ୍ଲବ ଏବଂ ଶିକ୍ଷାନୁଷ୍ଠାନ ମାନଙ୍କରେ ମଧ୍ୟ ଗଣେଶ ପୂଜାକୁ ନେଇ ବିଶେଷ ପ୍ରସ୍ତୁତି ଦେଖିବାକୁ ମିଳିଛି । ଓଡ଼ିଶାର ଜଟଣୀରେ ଏହା ୧୧ଦିନ ଧରି ପାଳିତ ହୋଇଥାଏ ।

Show More

Related Articles

Back to top button