ଦେଶ ବିଦେଶ

ମହମବତୀ ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ, ଜୀଅନ୍ତା ଜଳିଗଲେ ୭ ଜଣ

ନୂଆଦିଲ୍ଲୀ: ଗାଜିଆବାଦ ଜିଲ୍ଲାର ମୋଦିନଗର ଅଞ୍ଚଳରେ ଥିବା ମହମବତୀ କାରଖାନାରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ଏହି ମର୍ମନ୍ତୁଦ ଦୁର୍ଘଟଣାରେ ୭ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪ ଜଣ ଗୁରୁତର ଆହତ ହୋଇଛନ୍ତି । ଅଗ୍ନିକାଣ୍ଡ ସମ୍ପର୍କରେ ସୂଚନା ପାଇବା ମାତ୍ରେ ଅଗ୍ନିଶମ ବାହିନୀ ଏବଂ ଏସଏସପି ସମେତ ଅନେକ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚିଥିଲେ ।

ଅଗ୍ନିକାଣ୍ଡର କାରଣ ଏପର୍ଯ୍ୟନ୍ତ ଜଣା ପଡ଼ିନାହିଁ । ନିଆଁ ଲାଗିବା ସମୟରେ ମହମବତୀ କାରଖାନାରେ କେତେ ଲୋକ ଥିଲେ, ତାହା ଏପର୍ଯ୍ୟନ୍ତ ଜଣାପଡ଼ିନାହିଁ । ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ସେମାନଙ୍କ ଅବସ୍ଥା ଗୁରୁତର ଥିବା କୁହାଯାଉଛି ।

ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଦୁଃଖ ପ୍ରକାଶ କରିଛନ୍ତି । ସେ ମୃତକଙ୍କ ପ୍ରତି ସମବେଦନା ଜଣାଇଛନ୍ତି । ଆହତମାନଙ୍କୁ ତୁରନ୍ତ ରିଲିଫ ଯୋଗାଇବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏଥିସହ ସନ୍ଧ୍ୟା ସୁଦ୍ଧା ତଦନ୍ତ ରିପୋର୍ଟ ଦାଖଲ କରିବାକୁ କୁହାଯାଇଛି ।

ଏହାପୂର୍ବରୁ ଏପ୍ରିଲରେ ଗାଜିଆବାଦର ଟ୍ରୋନିକା ସିଟି ଅଞ୍ଚଳରେ ଏକ ଜିନ୍ସ କାରଖାନାରେ ନିଆଁ ଲାଗିଯାଇଥିଲା । ସେଠାରେ କେହି ମୃତାହତ ହୋଇ ନଥିବାବେଳେ ଲକ୍ଷାଧିକ ଟଙ୍କାର ସାମଗ୍ରୀ ଜଳି ଯାଇଥିଲା ।

Show More

Related Articles

Back to top button