ଓଡ଼ିଶାଦେଶସ୍ୱତନ୍ତ୍ର

ହ୍ରାସ ପାଇଲା ସୁନା ଦର

ହ୍ରାସ ପାଇଲା ସୁନା ଦର । ଆଜି ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ଯଥାକ୍ରମେ ୪୬,୪୫୦ ଟଙ୍କା ଓ ୫୦,୬୮୦ ଟଙ୍କା ହୋଇଛି। ସେହିପରି ଦେଶର ଅନ୍ୟ ପ୍ରମୁଖ ସହରମାନଙ୍କରେ ମଧ୍ୟ ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି ।

ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୪୬,୪୫୦ ଟଙ୍କା ଓ ୫୦,୬୮୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୬,୪୫୦ ଟଙ୍କା ଓ ୫୦,୬୮୦ ଟଙ୍କା ରହିଛି।

ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ମୂଲ୍ୟ ୪୭,୩୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ମୂଲ୍ୟ ୫୧,୬୬୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୬,୪୫୦ ଟଙ୍କା ଓ ୫୦,୬୮୦ ଟଙ୍କା ରହିଛି ।

ଅନ୍ୟପଟେ ରୁପା ମୂଲ୍ୟ ବୃଦ୍ଧି ପାଇଛି । ଆଜି ରୁପା କିଲୋଗ୍ରାମ ପ୍ରତି ୧୦୦ ଟଙ୍କା ବଢ଼ି ୫୪,୬୦୦ ଟଙ୍କା ରହିଥିବା ରେକର୍ଡ ହୋଇଛି।

Show More

Related Articles

Back to top button