Breaking PLUSଦେଶ ବିଦେଶବାଣିଜ୍ୟମୁଖ୍ୟ ଖବର

ଦୀପାବଳି ଓ ଧନତେରସ୍ ପୂର୍ବରୁ ବଢିଲା ସୁନା ଦର

ଦୀପାବଳି ପୂର୍ବରୁ ପୁଣି ଥରେ ଦେଶରେ ବଢ଼ିଲା ସୁନା ଦର ।‌ ଗତକାଲି ତୁଳନାରେ ଆଜି ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପିଛା ୧୦ ଟଙ୍କା ବଢ଼ିଛି। ସେହିଭଳି ୨୪ କ୍ୟାରେଟ ସୁନା ଦର ମଧ୍ୟ ୧୦ ଟଙ୍କା ବୃଦ୍ଧି ପାଇଛି। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୦,୪୬୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୫୫,୦୪୦ ଟଙ୍କାରେ ପହଞ୍ଚିଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୮,୦୨୦ ଟଙ୍କା ଓ ୫୨,୩୮୦ ଟଙ୍କା ଛୁଇଁଛି।

ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୫୧,୧୯୦ ଟଙ୍କା ଓ ୫୨,୧୯୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୦,୪୬୦ ଟଙ୍କା ଓ ୫୫,୦୪୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୮,୮୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୩,୧୬୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୯,୫୧୦ ଟଙ୍କା ଓ ୫୨,୭୧୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋଗ୍ରାମ ପ୍ରତି ୨୦ ଟଙ୍କା ବଢ଼ିଛି। ଆଜି ରୁପା ମୂଲ୍ୟ ୬୫,୪୧୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

Show More

Related Articles

Back to top button