Breaking PLUSଓଡ଼ିଶାଦେଶମୁଖ୍ୟ ଖବର

ବୃଦ୍ଧି ହେଲା ସୁନାଦର

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି।

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୮,୪୪୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ସୁନାର ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୫୨,୮୮୦ ଟଙ୍କା ରହିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୪୮,୨୦୦ ଟଙ୍କା ଓ ୫୨,୫୮୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୪୯,୮୦୦ ଟଙ୍କା ଓ ୫୪,୩୩୦ ଟଙ୍କା ରହିଛି। ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୮,୨୦୦ ଟଙ୍କା ଓ ୫୨,୫୮୦ ଟଙ୍କା ହୋଇଛି। ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୯,୮୬୬ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୪,୪୦୦ ଟଙ୍କା ଥିବା ରେକର୍ଡ ହୋଇଛି। ସେହିପରି ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୮,୨୦୦ ଟଙ୍କା ଓ ୫୨,୫୮୦ ଟଙ୍କା ରହିଛି। ସେହିପରି ଆଜି ରୁପା ମୂଲ୍ୟ ବି ବୃଦ୍ଧି ପାଇଛି। ଆଜି ରୁପା କିଲୋଗ୍ରାମ ପ୍ରତି ୬୯,୪୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।  ।

 

Show More

Related Articles

Back to top button