Breaking PLUSଓଡ଼ିଶାଶିକ୍ଷା

ଏକାଦଶ ଶ୍ରେଣୀ ଖୋଲିବା ନେଇ ଗଣଶିକ୍ଷା ବିଭାଗ ପକ୍ଷରୁ ଗାଇଡଲାଇନ୍ ଜାରି

ପୂଜା ଛୁଟି ପରେ ଅଷ୍ଟମ ଓ ଏକାଦଶ ଶ୍ରେଣୀ ଖୋଲିବା ନେଇ ରାଜ୍ୟ ସରକାର ଘୋଷଣା କରିଛନ୍ତି । ଆଜି ଏକାଦଶ ଶ୍ରେଣୀ ଖୋଲିବା ନେଇ ଗଣଶିକ୍ଷା ବିଭାଗ ପକ୍ଷରୁ ଗାଇଡଲାଇନ୍ ଜାରି କରାଯାଇଛି । ଏ ନେଇ ସମସ୍ତ ଉଚ୍ଚ ମାଧ୍ୟମିକ ସ୍କୁଲ ଅଧ୍ୟକ୍ଷଙ୍କୁ ଗଣଶିକ୍ଷା ସଚିବ ଚିଠି ଲେଖି ଜଣାଇଛନ୍ତି ।

୧୬ ତାରିଖ ବୈଠକରେ ବିସ୍ତୃତ ଆଲୋଚନା ନେଇ ଅବଗତ କରାଇଛନ୍ତି ଗଣଶିକ୍ଷା ସଚିବ । ଗାଇଡଲାଇନ୍ ଅନୁସାରେ, ଦୂରଦୂରାନ୍ତରୁ ଆସୁଥିବା ପିଲାଙ୍କ ପାଇଁ ପ୍ରଥମ ଦିନରେ ଇଣ୍ଡକ୍ସନ ସେସନ୍ ରଖାଯିବ । ଇଣ୍ଡକ୍ସନ ସେସନରେ ପିଲାଙ୍କ ସହ ଜଣେ ଅଭିଭାବକ ରହିବେ । ଅଧ୍ୟକ୍ଷ କିମ୍ବା ବରିଷ୍ଠ ଅଧ୍ୟାପକ ଏହି ଇଣ୍ଡକ୍ସନ କ୍ଲାସ ପରିଚାଳନା କରିବେ ।

ସେହିପରି ସୋମବାରରୁ ଶୁକ୍ରବାର ପର୍ଯ୍ୟନ୍ତ ୟୁଟ୍ୟୁବ୍ କ୍ଲାସ ବି ହେବ । ଏକାଦଶ ପିଲାଙ୍କୁ ଦଶମ ଶ୍ରେଣୀ ସହ ଲିଙ୍କ୍ ପାଠ ମଧ୍ୟ ପଢ଼ାଇବାକୁ ପରାମର୍ଶ ଦିଆଯାଇଛି । ଗାଇଡଲାଇନ୍ ଅନୁସାରେ ଛାତ୍ରଛାତ୍ରୀମାନେ ନଭେମ୍ବର ୧ ତାରିଖରୁ ସମ୍ପୂର୍ଣ୍ଣ ୟୁନିଫର୍ମ ସହ କ୍ଲାସ୍ ରୁମକୁ ପ୍ରବେଶ କରିବେ ।

Show More

Related Articles

Back to top button