Breaking PLUSକଳା ସଂସ୍କୃତି ଓ ସାହିତ୍ୟଦେଶବଲିଉଡମନୋରଞ୍ଜନମୁଖ୍ୟ ଖବରସେଲିବ୍ରିଟିସ୍ୱତନ୍ତ୍ର

ହାପି ବାର୍ଥ ଡେ ଲତା ଜୀ

୯୩ ବର୍ଷରେ ଲତା

ଆଜି ସ୍ୱର ସମ୍ରାଜ୍ଞୀ ଲତା ମଙ୍ଗେସକରଙ୍କ ଜନ୍ମଦିନ ।  ୧୯୨୯ ମସିହା ଆଜିର ଦିନରେ ଜନ୍ମଗ୍ରହଣ କରିଥିଲେ ଲତା । ସେ ମଧ୍ୟପ୍ରଦେଶର ଇନ୍ଦୋର ସହରରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପିତା ଦିନାନାଥ ମଙ୍ଗେସକର ଜଣେ ଶାସ୍ତ୍ରୀୟ ସଙ୍ଗୀତ ଗାୟକ ଓ ଥିଏଟର କଳାକାର ଥିଲେ । ପିଲା ବେଳୁ ହିଁ ସଙ୍ଗୀତ ପ୍ରତି ମନ ବଳାଇଥିଲେ ଲତା । ତାଙ୍କ ସହ ତାଙ୍କ ଭାଇ ଓ ଭଉଣୀମାନେ ମଧ୍ୟ ଗୀତ ଶିଖୁଥିଲେ । ହେଲେ ଲତାଙ୍କୁ ୧୩ ବର୍ଷ ବୟସ ହୋଇଥିଲା ବେଳେ ହୃଦଘାତରେ ତାଙ୍କ ବାପାଙ୍କ ଦେହାନ୍ତ ହୋଇଥିଲା ।  ପରିବାର ପ୍ରତିପୋଷଣ ଆଶାରେ ୧୯୪୨ ମସିହାରେ ସଙ୍ଗୀତ ଜଗତରେ ପାଦ ଦେଇଥିଲେ ଲତା ମଙ୍ଗେସକର ।

୧୯୪୨ରୁ ୧୯୪୮ ମସିହା ମଧ୍ୟରେ ଲତା ମଙ୍ଗେସକର ହିନ୍ଦି ଓ ମରାଠୀ ଭାଷାରେ ୮ଟି ସଙ୍ଗୀତରେ କଣ୍ଠଦାନ କରିଥିଲେ । ୧୯୪୨ ମସିହାରେ ମରାଠୀ ଚଳଚ୍ଚିତ୍ର କିଟ୍ଟି ହାସଲରୁ ସେ ଗାୟିକା ଭାବେ କ୍ୟାରିୟର ଆରମ୍ଭ କରିଥିଲେ । ଏହାପରେ ମଜବୁର, ବେଦର୍ଦ ଭଳି ଦୁଇଟି ଚଳଚ୍ଚିତ୍ରରେ ଗୀତ ଗାଇ ପରିଚିତ ହେବା ପରେ ପୂରା ସଙ୍ଗୀତ ଜଗତରେ ଛାଇ ଯାଇଥିଲେ ଲତା  ।

୧୯୬୩ ମସିହାରେ ହୋଇଥିବା ଭାରତ-ଚୀନ ଯୁଦ୍ଧ ସମୟରେ ଲତାଙ୍କ ଗୀତ ‘ଏ ମେରେ ବତନ କେ ଲୋଗୋଁ’ ଅନେକ ଲୋକଙ୍କ ମନକୁ ଛୁଇଁଥିଲା । ସେତେବେଳର ପ୍ରଧାନମନ୍ତ୍ରୀ ଜବାହାରଲାଲ ନେହେରୁ ଏହି ଗୀତ ଶୁଣି ଭାବବିହ୍ୱଳ ହୋଇପଡିଥିଲେ । ଏହି ଗୀତ ପାଇଁ ତାଙ୍କୁ ପଦ୍ମଭୂଷଣ ସମ୍ମାନରେ ସମ୍ମାନିତ କରାଯାଇଥିଲା । ଏହାପରେ ଲତା ମଙ୍ଗେସକର ‘ଲଗଜା ଗଲେ’, ‘ପ୍ୟାର କା ନଗମା’, ‘ସିସା ହୋ ୟା ଦିଲ’, ‘ତେରେ ବିନା ଜିନ୍ଦେଗୀ ସେ କୋଇ ସିକୱା ନେହିଁ’ ଭଳି ଗୀତ ଗାଇ ଘରେ ଘରେ ପରିଚିତ ହୋଇଥିଲେ ।

ନିଜ କ୍ୟାରିୟର ଭିତରେ ଭାରତୀୟ ସିନେମାକୁ ଅନେକ ସଙ୍ଗୀତ ଭେଟି ଦେଇଛନ୍ତି ଲତା ମଙ୍ଗେସକର । କେବଳ ହିନ୍ଦି ନୁହେଁ ଅନ୍ୟ ଆଞ୍ଚଳିକ ଗୀତରେ କଣ୍ଠଦାନ କରି ସେ ପ୍ରସିଦ୍ଧି ଲାଭ କରିଛନ୍ତି । ସଙ୍ଗୀତରେ ତାଙ୍କର ବଳିଷ୍ଠ ଅବଦାନ ପାଇଁ ସେ ଅନେକ ସମ୍ମାନରେ ସମ୍ମାନିତ ହୋଇଛନ୍ତି ।

୧୯୫୮ ମସିହାରେ  ପ୍ରଥମ ଫିଲ୍ମ ଫେୟାର ଆୱାର୍ଡ ତା ପରେ ୧୯୬୯ରେ ପଦ୍ମ ଭୂଷଣ,୧୯୮୯ରେ ଦାଦା ସାହେବ ଫାଲକେ ଆୱାର୍ଡ, ୧୯୯୩ରେ ଜୀବନ ବ୍ୟାପି ସାଧନା ପୁରସ୍କାର,୧୯୯୭ରେ ମହାରାଷ୍ଟ୍ର ଭୂଷଣ ପୁରସ୍କାର,୧୯୯୯ରେ ପଦ୍ମ ବିଭୂଷଣ, ୨୦୦୧ରେ ଭାରତ ରତ୍ନ, ୨୦୦୯ରେ ୩ଟି ଜାତୀୟ ଚଳଚ୍ଚିତ୍ର ସମ୍ମାନ ସହ ଅନେକ ପୁରସ୍କାରର ଅଧିକାରିଣୀ ହୋଇଛନ୍ତି ସେ ।  

ଲତା ମଙ୍ଗେସକର ହେଉଛନ୍ତି ଭାରତୀୟ ସଙ୍ଗୀତ ଜଗତର ଜୀବନ୍ତ କିମ୍ବଦନ୍ତୀ । ସଙ୍ଗୀତ ଜଗତରେ ତାଙ୍କର ଅତୁଳନୀୟ ଅବଦାନ ରହିଛି । ଲତା ମଙ୍ଗେସକରଙ୍କ ଜନ୍ମଦିନ ଅବସରରେ ଉତ୍କଳ ପ୍ରହରୀ ପରିବାର ତରଫରୁ ତାଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା ।

Show More

Related Articles

Back to top button